ଦାମ ରାଉତଙ୍କ ପରଲୋକରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମିଡ଼ିଆ ଏକ୍ସରେ ପୋଷ୍ଟ କରି ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦାମ ରାଉତ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହି ଦାୟିତ୍ୱ ତୁଲାଇବା ସହ ଓଡ଼ିଶା ପ୍ରଗତିରେ ତାଙ୍କ ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ ବୋଲି ରାଷ୍ଟ୍ରପତି କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ବ୍ୟକ୍ତ କରିଛନ୍ତି । ଦାମଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା ବୋଲି ଧର୍ମେନ୍ଦ୍ର କହିଛନ୍ତି ।
Saddened by the demise of veteran leader Shri Damodar Rout who served as minister several times in Odisha Government. Shri Rout's contribution to the progress of Odisha and the country will always be remembered. My deepest condolences to his family members and followers.
— President of India (@rashtrapatibhvn) March 22, 2024
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ…
— Dharmendra Pradhan (मोदी का परिवार) (@dpradhanbjp) March 22, 2024
Comments are closed.