www.samajalive.in
Sunday, December 14, 2025
26.1 C
Bhubaneswar

ରାଜ୍ୟର ୨ଜଣଙ୍କୁ ରାଷ୍ଟ୍ରପତି ପୁଳିସ ପଦକ,୧୧ଜଣଙ୍କୁ ଉଲ୍ଲେଖନୀୟ ସେବା ପଦକ

ନୂଆଦିଲ୍ଲୀ : ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ସାହସିକତା ପୁଲିସ ପଦକ ଘୋଷଣା କରାଯାଇଛି। ଦେଶର ୨୦୫ ଜଣଙ୍କୁ ସାହସିକତା ପଦକ ମିଳିବ। ତେବେ ଜାମ୍ମୁ ଓ କାଶ୍ମୀରର ସର୍ବାଧିକ ୫୨ ପୋଲିସଙ୍କୁ ସାହସିକତା ପଦକ ମିଳିବ। ଓଡ଼ିଶାର ୨ ଜଣଙ୍କୁ  ରାଷ୍ଟ୍ରପତି ପୁଲିସ ପଦକ ସଂପର୍କରେ ଘୋଷଣା କରାଯାଇଛି। ପୁଲିସ ଅଧିକାରୀ ମାନଙ୍କର ଉଲ୍ଲେଖନୀୟ ସେବା ପାଇଁ ଏହି ପୁଲିସ ପଦକ ଘେଷଣା କରାଯାଇଛି।

ଗୁଇନ୍ଦା ନିର୍ଦ୍ଦେଶକ ଆର. କେ ଶର୍ମା ଏବଂ ବିଏସ୍‌ଏପି ଡେପୁଟି ସୁବେଦାର ବୁଦ୍ଧି ବାହାଦୁର ଥାପାଙ୍କୁ ରାଷ୍ଟ୍ରପତି ପୁଲିସ ପଦକରେ ସମ୍ମାନିତ କରାଯିବ। ଏହା ସହ ୧୧ଜଣଙ୍କୁ ଉଲ୍ଲେଖନୀୟ ସେବା ପଦକ ପ୍ରଦାନ ପାଇଁ ଘୋଷଣା କରାଯାଇଛି। ରାଷ୍ଟ୍ରପତି ପୁଲିସ ପଦକ ବିଜେତାଙ୍କୁ  ପୁଲିସ ଡିଜି ଅଭୟ ଅଭିନନ୍ଦନ ଜଣାଇଛନ୍ତି।

- Advertisement -

ସେହିପରି ଆଇନ ଶୃଙ୍ଖଳା ପାଇଁ ଆଇଜି ପ୍ରବୀଣ କୁମାର, ଏଏସପି ରବୀନ୍ଦ୍ର ଦାସ, ଏଏସପି ଭବାନୀ ଶଙ୍କର ମିଶ୍ର, ଡେପୁଟୀ କମାଣ୍ଡାଣ୍ଟ ଅଶୋକ ଦେହୁରୀ, ଏସିପି ପ୍ରକାଶ ପାଲ, ଏଏସଆଇ ମନୋରଂଜନ ଶତପଥୀ, ହାବିଲଦାର ସରୋଜ ଭୋଇ, ହାବିଲଦାର ସେକ୍ ନାଶିରୁଦ୍ଦିନ, କନଷ୍ଟେବଲ ଗୌତମ ପାତ୍ର ପ୍ରମୁଖ ପୁଲିସ ପଦକ ପାଇବେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories