www.samajalive.in
Friday, December 5, 2025
23.1 C
Bhubaneswar

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ପୁଟିନଙ୍କ ଭାରତ ଗସ୍ତର ଆଜି ହେଉଛି ଦ୍ୱିତୀୟ ଦିନ । ପୁଟିନ ରାଷ୍ଟ୍ରପତି ଭବନରେ ପହଞ୍ଚିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ସ୍ବାଗତ କରିଥିଲେ । ପୁଟିନଙ୍କ ସହ ଆସିଥିବା ୭ ରୁଷୀୟ ମନ୍ତ୍ରୀଙ୍କୁ ମଧ୍ୟ ସ୍ବାଗତ କରିଥିଲେ ରାଷ୍ଟ୍ରପତି । ସ୍ବାଗତ ପରେ ପୁଟିନଙ୍କୁ ୨୧ ତୋପ ସଲାମ ଦିଆଯାଇଛି । କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉପସ୍ଥିତ ରହିଥିଲେ । ପରେ ତାଙ୍କୁ ଉଭୟ ଦେଶର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବାଗତ କରାଯାଇଥିଲା ।

- Advertisement -

ପୁଟିନଙ୍କ ସ୍ବାଗତ ପରେ ରାଜଘାଟରେ ପୁଷ୍ପମାଲ୍ୟ ଅର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ତା’ପରେ ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ, ଯାହା ପରେ ଚୁକ୍ତିନାମା ସ୍ୱାକ୍ଷର ଏବଂ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ ହେବ। ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତିଙ୍କ ପାଇଁ ଏକ ରାତ୍ରୀଭୋଜନର ଆୟୋଜନ କରିଛନ୍ତି ।

Hot this week

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories