www.samajalive.in
Friday, December 12, 2025
27.1 C
Bhubaneswar

ଓଡିଶା ଗସ୍ତ ସାରି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି କୋବିନ୍ଦ

ଭୁବନେଶ୍ବର: ୨ ଦିନିଆ ଓଡିଶା ଗସ୍ତସାରି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରବିବାର ସନ୍ଧ୍ୟା ୫.୧୫ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି। ରାଷ୍ଟ୍ରପତିଙ୍କୁ ବିମାନ ବନ୍ଦରରେ ବିଦାୟ ସମ୍ବର୍ଦ୍ଧନା ଜଣାଇବା ପାଇଁ  ରାଜ୍ୟପାଳ ପ୍ରଫେସର ଗଣେଣି ଲାଲ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୨ ଓଡିଆ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ , ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ପ୍ରଭୁଖ ପହଞ୍ଚିଥିଲେ।

ଗତକାଲି ସନ୍ଧ୍ୟା ୭.୩୦ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ବରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରି ଯାପନ କରିଥିଲେ । ଆଜି  ପ୍ରାତଃଭୋଜନ ପରେ ରାଷ୍ଟ୍ରପତି ରାଜଭବନରୁ ବାହାରି ବିମାନବନ୍ଦରରୁ  ହେଲିକପ୍ଟର ଯୋଗେ ଖୋର୍ଦ୍ଧା ଅଭିମୁଖେ ଯାଇଥିଲେ। ଖୋର୍ଦ୍ଧାର ବରୁଣେଇ ପାହାଡ଼ ନିକଟରେ ପାଇକ ବିଦ୍ରୋହ ସ୍ମାରକର ଶିଳାନ୍ୟାସ କରିଥିଲେ । ସେଠାରୁ ବିମାନବନ୍ଦରକୁ ଫେରିବା ପରେ ସଡ଼କ ପଥରେ ଯାଇ ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଳାଟିନମ୍ ଜୁବିଲି କାର୍ଯ୍ୟକ୍ରମରେ ଅଭିଭାଷଣ ପ୍ରଦାନ କରିଥିଲେ।।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories