www.samajalive.in
Sunday, December 7, 2025
26.1 C
Bhubaneswar

ମୟୂରଭଞ୍ଜ ଗସ୍ତ ସାରି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି

ଡେସ୍କ : ତିନି ଦିନିଆ ମୟୂରଭଞ୍ଜ ଗସ୍ତ ଶେଷ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ଅପରାହ୍ନରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଆଜି ଗସ୍ତର ତୃତୀୟ ଦିନରେ ରାଷ୍ଟ୍ରପତି  ବାରିପଦା ତଖତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦାନ କରିଥିଲେ । ରାଷ୍ଟ୍ରପତି ଦ୍ରୌପଦୀ ଶ୍ରୀମତୀ ମୁର୍ମୁ ଏହି ସମାବର୍ତ୍ତନ ଉତ୍ସବରେ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିଥିଲେ। ଉତ୍ସବ ପରେ ସେ ବାରିପଦା ହେଲିପ୍ୟାଡରୁ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି ।
ଏହି ଗସ୍ତକାଳରେ ସେ ଗତକାଲି ଦାଣ୍ଡବୋଷ ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମପୀଠରେ ତାଙ୍କ ସମାଧିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହାପରେ ଦାଣ୍ଡବୋଷ ଗ୍ରାମକୁ ଯାଇ ସେଠାରେ ଥିବା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିସହ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନରେ କରିଥିଲେ। ଗୁରୁବାର ସେ ଓଡ଼ିଶା ନିଶାମୁକ୍ତ ଅଭିଯାନର ଶୁଭାରମ୍ଭ କରିଥିଲେ।ପାହାଡ଼ପୁରରେ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଓ ଗୋଷ୍ଠୀକେନ୍ଦ୍ରର ଶିଳାନ୍ୟାସ କରିଥିଲେ। ରାଇରଙ୍ଗପୁରରେ ସେ ନିଜ ଘରେ ରାତ୍ରିଯାପନ କରିଥିଲେ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories