ଓଡ଼ିଶା ଗସ୍ତ ଶେଷକରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି

ଭୁବନେଶ୍ବର  : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଅପରାହ୍ନରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି । ବ୍ରହ୍ମପୁର ଉପକଣ୍ଠ ଗୋଳାବନ୍ଧ ଆର୍ମି ଏୟାର ଡିଫେନ୍ସ କଲେଜରେ ସ୍ବତନ୍ତ୍ର  ‘କଲର୍ସ ସମ୍ମାନ ’ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ ।  ଅଭିଭାଷଣରେ  ରାଷ୍ଟ୍ରପତି ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସାର୍ବଭୌମତ୍ୱ ରକ୍ଷା କରିବାରେ ଭାରତୀୟସଶସ୍ତ୍ର ସେନାବାହନିୀ ଓ ସେନା ବାୟୁ ପ୍ରତିରକ୍ଷା ବାହିନୀର ଗୌରବଶାଳୀ ପରମ୍ପରାକୁ ସ୍ମରଣ କରିଥିଲେ । ଏଥିସହତି ଉପସ୍ଥିତ ସମସ୍ତ ସେନା ଅଧିକାରୀ ଓ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଓ ସାଧୁବାଦ ଜଣାଇଥିଲେ ।

prayash

ଗୋଳବନ୍ଧରୁ ଫେରି ଭୁବନେଶ୍ବର ରାଜଭବନରେ ରାଷ୍ଟ୍ରପତି ଓ ତାଙ୍କ ସହଧର୍ମିଣୀ କିଛି ସମୟ ବିଶ୍ରାମ କରିଥିଲେ । ସେଠାରେ ରାଜ୍ୟପାଳ ରାଷ୍ଟ୍ରପତିଙ୍କୁ ଉପହାର ପ୍ରଦାନ କରିଥିଲେ । ଏହାପରେ ଭୁବନେଶ୍ବର ବିମାନବନ୍ଦରରୁ  ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି।  ଏହିସମୟରେ ବିମାନ ବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି ଉପସ୍ଥିତ ଥିଲେ ।

kalyan agarbati

Comments are closed.