www.samajalive.in
Sunday, December 7, 2025
26.1 C
Bhubaneswar

୬ ବର୍ଷ ପରେ ଜମ୍ମୁକାଶ୍ମୀରରୁ ହଟିଲା ରାଷ୍ଟ୍ରପତି ଶାସନ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୬ବର୍ଷ ୪ମାସ ପରେ ଜମ୍ମୁ-କାଶ୍ମୀରରୁ ହଟିଛି ରାଷ୍ଟ୍ରପତି ଶାସନ। ବିଳମ୍ବିତ ରାତିରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାପରେ ନୂତନ ସରକାର ଗଠନ ପାଇଁ ଓମାର ଅବଦୁଲ୍ଲାଙ୍କ ଲାଗି ବାଟ ଫିଟିଛି। ଆସନ୍ତା ୧୬ ତାରିଖରେ ଏଠାରେ ଏନସି ମେଣ୍ଟ ସରକାର ଶପଥ ଗ୍ରହଣ କରିବା ନେଇ ସୂଚନା ମିଳିଛି। ଏନସିର ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା ଜମ୍ମୁ-କାଶ୍ମୀରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ୨୦୧୮ ଜୁନ୍‌‌ ୧୯ରେ ଜମ୍ମୁ-କାଶ୍ମୀରରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା। ଚଳିତ ବିଧାନସଭା ନିର୍ବାଚନରେ ନ୍ୟାସନାଲ କନଫରେନ୍ସ ମେଣ୍ଟ ୪୯ଟି ସିଟ୍‌‌ ପାଇ ବିଜୟୀ ହୋଇଛି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories