www.samajalive.in
Monday, December 8, 2025
13.1 C
Bhubaneswar

ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍‍ ଅସ୍ତ୍ରୋପଚାର ସଫଳ

ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ନୂଆଦିଲ୍ଲୀ ସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ – ଏମ୍ସରେ ସଫଳତାର ସହ ବାଇପାସ୍‍ ଅସ୍ତ୍ରୋପଚାର କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏମ୍ସ ନିର୍ଦ୍ଦେଶକଙ୍କ ସହ କଥାବାର୍ତ୍ତା କରି ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝିଛନ୍ତି। ଶ୍ରୀ ସିଂହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଡାକ୍ତରମାନେ ସଫଳତାର ସହ ବାଇପାସ୍‍ ଅସ୍ତ୍ରୋପଚାର କରିଥିବାରୁ ଶ୍ରୀ ସିଂହ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


ଗତ ସପ୍ତାହରେ ରାଷ୍ଟ୍ରପତି ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଦିଲ୍ଲୀର ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲ ଯାଇ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ପରେ ତାଙ୍କୁ ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା ଓ ଡାକ୍ତରମାନେ ସଫଳତାର ସହ ତାଙ୍କର ଅସ୍ତ୍ରୋପଚାର କରିଛନ୍ତି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories