www.samajalive.in
Saturday, December 13, 2025
21.1 C
Bhubaneswar

ଜୟନ୍ତୀ ଅବସରରେ ଅବଦୁଲ କଲାମଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଳୀ :  ପୂର୍ବତନ ରାଷ୍ଟ୍ରପତି ଡକ୍ଟର ଏ.ପି.ଜେ ଅବଦୁଲ କଲାମଙ୍କ ଜୟନ୍ତୀ ଅବସରରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ପୂର୍ବତନ ରାଷ୍ଟ୍ରପତି ଡକ୍ଟର ଏ.ପି.ଜେ ଅବଦୁଲ କଲାମଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାଷ୍ଟ୍ରପତି ଓ ରାଷ୍ଟ୍ରପତି ଭବନର ସମସ୍ତ କର୍ମଚାରୀ ଡକ୍ଟର କଲାମଙ୍କ ତୈଳଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।
ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଡକ୍ଟର କଲାମଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏକ ଟ୍ୱିଟ୍‌‌ କରି ଶ୍ରୀ ଧନଖଡ କହିଛନ୍ତି ଭାରତର କ୍ଷେପଣାସ୍ତ୍ର ମାନବ ଭାବେ ପରିଚିତ ଡକ୍ଟର କଲାମ ଜଣେ ଉଚ୍ଚକୋଟିର ବୈଜ୍ଞାନିକ ଏବଂ ପ୍ରେରଣାଦାୟୀ ନେତା ଥିଲେ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡକ୍ଟର କଲାମଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ଦେଶପାଇଁ ତାଙ୍କର ଅବଦାନ ଲାଗି ସେ ଚିର ସ୍ମରଣୀୟ ରହିବେ । ସେ ଜଣେ ମହାନ୍‌‌ ବୈଜ୍ଞାନିକ ଥିଲେ ଓ ରାଷ୍ଟ୍ରପତି ଭାବେ ଦେଶର ସବୁ ବର୍ଗ ସହ ତାଙ୍କର ଘନିଷ୍ଠ ସମ୍ପର୍କ ଥିଲା ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories