www.samajalive.in
Sunday, December 7, 2025
13.1 C
Bhubaneswar

ଦୁର୍ଗାପୂଜା ଉପଲକ୍ଷେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ପବିତ୍ର ଦୁର୍ଗାପୂଜା ଉପଲକ୍ଷେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କର ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି, ଦୁର୍ଗାପୂଜା ମହିଳାମାନଙ୍କ ପ୍ରତି ସମ୍ମାନ ପ୍ରଦର୍ଶନର ପ୍ରତୀକ ବହନ କରେ। ସେ କହିଛନ୍ତି, ମହିଳାମାନଙ୍କୁ ସମ୍ମାନ କରିବା ଭାରତୀୟ ସଂସ୍କୃତିର ଏକ ଅଭିନ୍ନ ଅଙ୍ଗ। ମାତୃଶକ୍ତି ଅର୍ଥାତ୍‍ ମହିଳାମାନଙ୍କୁ କ୍ଷମତାପନ୍ନ କରିବା ଏବଂ ସମ୍ମାନ ପ୍ରଦର୍ଶନ କରିବା ପାଇଁ ସଂକଳ୍ପବଦ୍ଧ ହେବାକୁ ସେ ଦେଶର ପ୍ରତ୍ୟେକ ନାଗରିକଙ୍କୁ ନିବେଦନ କରିଛନ୍ତି। ଶ୍ରୀ କୋବିନ୍ଦ କହିଛନ୍ତି, ଅପରାଜେୟ ଦୁଷ୍ଟଶକ୍ତିକୁ ହରାଇବା ପାଇଁ ଦେବୀ ଦୁର୍ଗା ସାମୂହିକ ଶକ୍ତିର ବ୍ୟବହାର କରିଥିଲେ ବୋଲି ବିଶ୍ୱାସ ରହିଛି। ସେ କହିଛନ୍ତି, ଏଥିରୁ ଜଟିଳ ଓ ସଂକଟଜନକ ପରିସ୍ଥିତିରେ ଐକ୍ୟବଦ୍ଧ ହୋଇ ମୁକାବିଲା କରିବାକୁ ଆମକୁ ପ୍ରେରଣା ମିଳୁଛି।


ଉପରାଷ୍ଟ୍ରପତି ଭେଙ୍କିୟାନାଇଡୁ ଦୁର୍ଗାପୂଜା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟ୍ୱିଟ୍‍ କରି ଶ୍ରୀ ନାଇଡୁ କହିଛନ୍ତି, ଦେବୀ ଦୁର୍ଗା ସମସ୍ତଙ୍କୁ ଆଶୀର୍ବାଦ କରନ୍ତୁ ବୋଲି ସେ କାମନା କରିଛନ୍ତି। ଦୁର୍ଗାପୂଜା ମନ୍ଦ ଉପରେ ଭଲର ବିଜୟ ଉଦ୍ଦେଶ୍ୟରେ ପାଳନ କରାଯାଉଥିବାରୁ ସମାଜରୁ ସମସ୍ତ କୁସଂସ୍କାରକୁ ଦୂରକରିବା ପାଇଁ ସକଳ୍ପବଦ୍ଧ ହେବାକୁ ସେ ଜନସାଧାରଣଙ୍କୁ ଆହ୍ୱାନ ଦେଇଛନ୍ତି। ଉପରାଷ୍ଟ୍ରପତି କହିଛନ୍ତି ଐକ୍ୟବଦ୍ଧ ଭାବେ ଆମେ ଆମର ଚତୁଃପାର୍ଶ୍ବକୁ ସୁରକ୍ଷିତ, ସୁସ୍ଥ ଓ ସମୃଦ୍ଧ ତଥା ବଞ୍ଚିବା ଉପଯୋଗୀ କରିପାରିବା।

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହାଷ୍ଟମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟ୍ୱିଟ୍‍ କରି ଶ୍ରୀ ମୋଦୀ କହିଛନ୍ତି, ମା’ ଦୁର୍ଗା ସମସ୍ତଙ୍କୁ ଆଶୀର୍ବାଦ କରନ୍ତୁ ଓ ସମସ୍ତଙ୍କ ପାଇଁ ଖୁସି, ଉତ୍ତମ ସ୍ୱାସ୍ଥ୍ୟ ଓ ସମୃଦ୍ଧି ଆଣିଦିଅନ୍ତୁ ବୋଲି ସେ ପ୍ରାର୍ଥନା କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories