www.samajalive.in
Friday, December 5, 2025
26.1 C
Bhubaneswar

୪ରେ ଆୟୁର୍ବେଦ କଲେଜ ହୀରକ ଜୟନ୍ତୀ: ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି

ପୁରୀ : ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବ ଆସନ୍ତା ୪ ରୁ ୬ ତାରିଖ ପର୍ଯ୍ୟନ୍ତ ପାଳନ କରାଯିବ। ଏନେଇ ମହାବିଦ୍ୟାଳୟ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆୟୁର୍ବେଦର ଅବଦାନ ବିଷୟରେ ଉଦ୍‌ବୋଧନ ଦେବା କାର୍ଯ୍ୟକ୍ରମ ରହିଛି। ତିନିଦିନ ଧରି ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଆୟୁର୍ବେଦ ପର୍ବ ଅନୁଷ୍ଠିତ ହେବ। ଆୟୁର୍ବେଦ ବିଶେଷଜ୍ଞଗଣ ଏଥିରେ ଯୋଗଦେଇ ଜନସ୍ବାସ୍ଥ୍ୟରେ ଆୟୁର୍ବେଦ ଚିକିତ୍ସା ସମ୍ପର୍କରେ ଆଲୋଚନା କରିବେ। ମହାବିଦ୍ୟାଳୟ ପରିସରରେ ତିନିଦିନ ଧରି ସ୍ବାସ୍ଥ୍ୟସେବା ଶିବିର ଆୟୋଜନ କରାଯିବ ବୋଲି ଅଧ୍ୟକ୍ଷ ଅରୁଣ କୁମାର ଦାସ କହିଛନ୍ତି। ଏହାଛଡା କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ‘ଶବ୍ଦାବଳୀ’ କାର୍ଯ୍ୟକ୍ରମ କରାଯିବ। ଆୟୁର୍ବେଦ, ହୋମିଓପାଥି, ଯୋଗ, ପ୍ରାଣାୟାମ ଚିକିତ୍ସାକୁ ନେଇ ଶିକ୍ଷାବିତ୍‌ ଆଲୋକପାତ କରିବେ। ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ପୁରୀ ସାଂସଦ ଡାକ୍ତର ସମ୍ବିତ କୁମାର ପାତ୍ର ଏବଂ ବିଧାୟକ ସୁନିଲ କୁମାର ମହାନ୍ତି ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଦେଶବିଦେଶର ବିଭିନ୍ନ ସ୍ଥାନରୁ ପ୍ରାୟ ୧୫ ଶହ ଆୟୁର୍ବେଦ ଡାକ୍ତର, କଲେଜର ପ୍ରାକ୍ତନ ଛାତ୍ରଛାତ୍ରୀ, ଅଧ୍ୟକ୍ଷ ଏବଂ ଅଧ୍ୟାପକ ଏହି ସମାରୋହରେ ଅଂଶଗ୍ରହଣ କରିବେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories