www.samajalive.in
Sunday, December 7, 2025
16.1 C
Bhubaneswar

୨୪ରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ

ଭୁବନେଶ୍ଵର: ଆସନ୍ତା ୨୪ ତାରିଖରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି। କଣ୍ଟିଲୋ ନୀଳ ମାଧବ ମନ୍ଦିର ଯାଇ ପୂଜାର୍ଚ୍ଚନା କରିବା ସହ କଟକରେ ଏକାଧିକ କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଆଖି ଆଗରେ ରଖି ପ୍ରଶାସନ ତଥା ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ୨୪ ତାରିଖ ମଧ୍ୟାହ୍ନରେ ରାଷ୍ଟ୍ରପତି ଛତିଶଗଡ ରାୟପୁରରୁ  ସିଧାସଳଖ ଆସି ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ନୟାଗଡ ଜିଲ୍ଲା କଣ୍ଟିଲୋ ଯାଇ ନୀଳମାଧବ ମନ୍ଦିର ଦର୍ଶନ ଏବଂ ପୂଜାର୍ଚ୍ଚନା କରିବେ। ୨ପରେ ଭାରତୀୟ ବିଶ୍ଵାବସୁ ଶବର ସମାଜ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ସନ୍ଧ୍ୟାରେ ଭୁବନେଶ୍ଵର ଫେରି ରାଜଭବନରେ ରାତ୍ରିଯାପନ କରିବେ। ୨୫ ପୂର୍ବାହ୍ନରେ କଟକ ଗସ୍ତ କରି ରେଭେନ୍ସା ବିଶ୍ଵ ବିଦ୍ୟାଳୟର ବାର୍ଷିକ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହାସହ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ବିକାଶ ପାଇଁ ରାଷ୍ଟ୍ରପତି ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏହାପରେ ସର୍କିଟ୍ ହାଉସରେ ମଧ୍ୟାହ୍ନ ଭୋଜନ କରି ସେଠାରେ ବିଶ୍ରାମ ନେବେ। ଅପରାହ୍ନରେ ସାରଳା ଭବନ ରେ ଆଦି କବି ସାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜଣାଇବେ। ଆଦି କବି ସାରଳା ଦାସଙ୍କ ଜନ୍ମ ବାର୍ଷିକୀ ଅବସରରେ ସାରଳା ସାହିତ୍ୟ ସଂସଦର କଳିଙ୍ଗ ରତ୍ନ ପୁରସ୍କାର ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ କଟକରୁ ଭୁବନେଶ୍ଵର ଆସି ରାଷ୍ଟ୍ରପତି ଦିଲ୍ଲୀ ଫେରିବେ ବୋଲି ଜଣାପଡିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories