www.samajalive.in
Saturday, December 6, 2025
26.1 C
Bhubaneswar

ବାରିପଦାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାରିପଦା : ତିନିଦିନିଆ ଓଡିଶା ଗସ୍ତରେ ମହାମହିମ। ସୋମବାର ପୂର୍ବାହ୍ନରେ ବାୟୁ ସେନାର ସ୍ୱତନ୍ତ୍ର ବିମାନରେ ବାରିପଦାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି। ବାରିପଦା ପୁଲିସ ପଡିଆରେ ପହଞ୍ଚିଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ବାରିପଦାଠାରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବ ଏବଂ ସାହିତ୍ୟ ମହୋତ୍ସବକୁ ଉଦ୍‌ଘାଟନ କରିବେ ମହାମହିମ। ମୟୂରଭଞ୍ଜ ଜିଲାର କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି।
ମୟୂରଭଞ୍ଜ ଜିଲାରେ ୨୦ ଓ ୨୧ ତାରିଖ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଥିବା ବେଳେ ୨୧ ଓ ୨୨ରେ ସମ୍ବଲପୁରର ଦୁଇଟି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories