ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

0

ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିନ୍ତି । ଦିନ ୧୦ଟା ୪୫ରେ ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ୍ ଅର୍ନର ଦିଆଯାଇଥିଲା । ରାଷ୍ଟ୍ରପତିଙ୍କ ସ୍ବାଗତ ପାଇଁ ବିମାନ ବନ୍ଦରରେ ରାଜ୍ୟପାଳ ଏସ୍‌.ସି. ଜମିର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୁଲିସ ମହାନିର୍ଦ୍ଦେଶକ ଡା. ଆର ପି ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ । ସ୍ବାଗତ ସମ୍ବର୍ଦ୍ଧନା ପରେ ରାଷ୍ଟ୍ରପତି ସିଧାସଳଖ କଟକ ଅଭିମୁଖେ ଯାତ୍ରା କରିଛନ୍ତି । ରାମନାଥ କୋବିନ୍ଦ ରାଷ୍ଟ୍ରପତି ହେବା ପରେ ଏହା ହେଉଛି ପ୍ରଥମ ଓଡ଼ିଶା ଗସ୍ତ ।

Leave A Reply