www.samajalive.in
Sunday, December 14, 2025
26.1 C
Bhubaneswar

ଫିରିଙ୍ଗିଆ ପ୍ରେସ କ୍ଳବର ସାଧାରଣ ବୈଠକ

ଫୁଲବାଣୀ(ଫିରିଙ୍ଗିଆ) : ଫିରିଙ୍ଗିଆ ବ୍ଲକ ପଞ୍ଚାୟତ ମହାବିଦ୍ୟାଳୟ ସଭାଗୃହରେ ପ୍ରେସ କ୍ଲବର ସାଧାରଣ ବୈଠକ ଓ ଫିରିଙ୍ଗିଆ ବିଡ଼ିଓ ରଶ୍ମି ରଞ୍ଜନ ମହନ୍ତଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଓ ଫିରିଙ୍ଗିଆ ଏବଂ  ଗୋଚ୍ଛା ପଡା ନୂତନ ଥାନା ଅଧିକାରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ପ୍ରେସ କ୍ଲବ ସଭାପତି ଉତ୍ତମ ଖମାରିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଧାରଣ ବୈଠକରେ ଅତିଥି ଭାବରେ ଫିରିଙ୍ଗିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଶ୍ମି ରଞ୍ଜନ ମହନ୍ତ, ଫିରିଙ୍ଗିଆ ଥାନା ଅଧିକାରୀ ରମେଶ କୁମାର ପ୍ରଧାନ, ଗୋଚ୍ଛାପଡା ଥାନା ଅଧିକାରୀ ପ୍ରଭାତ କୁମାର ବେହେରା, ଅତିରିକ୍ତ ଥାନା ଅଧିକାରୀ ଅଜୟ ସାହୁ, ଫିରିଙ୍ଗିଆ ପଞ୍ଚାୟତ ମହାବିଦ୍ୟାଳୟ ଅଧ୍ୟକ୍ଷ ନବଘନ ସାହୁ ଯୋଗ ଦେଇଥିଲେ। ପ୍ରେସ କ୍ଲବର ଉପଦେଷ୍ଟା ତଥା ବରିଷ୍ଠ ସାମ୍ବାଦିକ ମହାଦେବ ସାହୁ ଓ ଶରତ କୁମାର ମିଶ୍ର ଯୋଗ ଦେଇଥିବା ବେଳେ ପ୍ରଥମେ ୩ ଥାନା ଅଧିକାରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।

- Advertisement -

ସ୍ୱାଗତ ସମ୍ବର୍ଦ୍ଧନା ପରେ କ୍ଲବର ବିଭିନ୍ନ ସମସ୍ୟା ଓ ସମାଧାନ ଉପରେ ଆଲୋଚନା ପରେ ଫିରିଙ୍ଗିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଶ୍ମି ରଞ୍ଜନ ମହନ୍ତଙ୍କୁ କ୍ଲବ ତରଫରୁ ଉପଢୌକାନ ଓ ଉପହାର ଦେଇ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆ ଯାଇଥିଲା। ବିଡ଼ିଓ ରଶ୍ମି ରଞ୍ଜନ ମହନ୍ତଙ୍କ ପ୍ରଶଂସନୀୟ କାର୍ଯ୍ୟ ପାଇଁ ଅତିଥି ମାନେ ଅଭିଭାଷଣ ପ୍ରଦାନ କରିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ କୋଷାଧକ୍ଷ ସୁବ୍ରତ କୁମାର ମହାନ୍ତି ପରିଚାଳନା କରିଥିବା ବେଳେ ଉପ ସଭାପତି ସୁଶାନ୍ତ ଦିଗାଲ, ସଞ୍ଜୟ କୁମାର ସାହୁ, ହୂରଞ୍ଜନ ସେଠି ଗୋଲକ ବିହାରୀ କହଁର ଓ କ୍ଲବର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories