www.samajalive.in
Monday, December 15, 2025
27.1 C
Bhubaneswar

ଗ୍ରୀଷ୍ମ ପ୍ରବାହ ଯୋଗୁ ଜୀବନହାନୀ ଘଟଣାରେ ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି

ଡ଼େସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ, ଅନେକ ଅଞ୍ଚଳରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରଚଣ୍ଡ ଗରମ ଯୋଗୁଁ ଜୀବନ ହାନି ବିଷୟରେ ଜାଣିବା ଦୁଃଖଦାୟକ ବୋଲି ରାଷ୍ଟ୍ରପତି କହିଛନ୍ତି। ଏକ ସାମାଜିକ ଗଣମାଧ୍ୟମ ପୋଷ୍ଟରେ ରାଷ୍ଟ୍ରପତି କହିଛନ୍ତି ଯେ ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ସ୍ତରରେ ପ୍ରଶାସନ ପଦକ୍ଷେପ ଗ୍ରହଣ କରିଛି ଏବଂ ପ୍ରବଳ ଗରମରେ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଅନେକ ପଦକ୍ଷେପ ନିଆଯାଉଛି। ନାଗରିକ ସମାଜ ମଧ୍ୟ ରିଲିଫ୍ ଯୋଗାଇବାରେ ସବୁବେଳେ ଆଗରେ ରହିଥାଏ। ଶ୍ରମିକ, କୃଷକ, କର୍ମଚାରୀ ଓ ଜନସାଧାରଣ ଯଥାସମ୍ଭବ ଗ୍ରୀଷ୍ମ ଚାପରୁ ରକ୍ଷା ପାଇବେ ବୋଲି ରାଷ୍ଟ୍ରପତି ଆଶା ବ୍ୟକ୍ତ କରିଛନ୍ତି। ଜଳବାୟୁ ସଙ୍କଟର ମୂଳ କାରଣଗୁଡ଼ିକୁ ସମାଧାନ କରିବା ଏବଂ ଆବଶ୍ୟକ ସୁରକ୍ଷାମୂଳକ ପଦକ୍ଷେପ ବିଷୟରେ ସଚେତନତା ସୃଷ୍ଟି କରିବାର ଆବଶ୍ୟକତା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories