www.samajalive.in
Friday, December 12, 2025
27.1 C
Bhubaneswar

ଇରାନ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ଉତ୍ତେଜନା ହ୍ରାସ, ନିରନ୍ତର ମାନବିକ ସହାୟତା, ଶାନ୍ତି ଓ ନିରାପତ୍ତାର ଶୀଘ୍ର ପୁନରୁଦ୍ଧାର ଉପରେ ସେମାନେ ଗୁରୁତ୍ୱାରୋପ କରିଛନ୍ତି

ଚାବାହାର ବନ୍ଦର ସମେତ ଦ୍ୱିପାକ୍ଷିକ ସହଯୋଗର ଅଗ୍ରଗତିକୁ ନେତାମାନେ ସ୍ୱାଗତ କରିଛନ୍ତି

- Advertisement -

ନୂଆଦିଲ୍ଲୀ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଇସ୍ଲାମିକ ରିପବ୍ଲିକ୍ ଅଫ୍ ଇରାନର ରାଷ୍ଟ୍ରପତି ଡକ୍ଟର ସୟଦ ଇବ୍ରାହିମ ରାଇସିଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି।

ଉଭୟ ନେତା ପଶ୍ଚିମ ଏସିଆ ଅଞ୍ଚଳର କଠିନ ପରିସ୍ଥିତି ଏବଂ ଇସ୍ରାଏଲ-ହାମାସ ସଂଘର୍ଷ ଉପରେ ମତ ବିନିମୟ କରିଥିଲେ।ଆତଙ୍କବାଦୀ ଘଟଣା, ହିଂସା ଏବଂ ସାଧାରଣ ନାଗରିକଙ୍କ ଜୀବନ ହାନିକୁ ନେଇ ପ୍ରଧାନମନ୍ତ୍ରୀ ଗଭୀର ଉଦବେଗ ପ୍ରକାଶ କରିଥିଲେ। ସେ ଇସ୍ରାଏଲ-ପାଲେଷ୍ଟାଇନ୍ ପ୍ରସଙ୍ଗରେ ଭାରତର ଦୀର୍ଘଦିନର ନିରନ୍ତର ଆଭିମୁଖ୍ୟକୁ ଦୋହରାଇଥିଲେ।

ରାଷ୍ଟ୍ରପତି ରାଇସି ପରିସ୍ଥିତିର ସମୀକ୍ଷା କରିଥିଲେ।

ଉତ୍ତେଜନାକୁ ରୋକିବା, ନିରନ୍ତର ମାନବିକ ସହାୟତା ସୁନିଶ୍ଚିତ କରିବା ଏବଂ ଶାନ୍ତି ଓ ସ୍ଥିରତାର ଶୀଘ୍ର ପୁନରୁଦ୍ଧାର ଉପରେ ଉଭୟ ନେତା ଗୁରୁତ୍ୱାରୋପ କରିଥିଲେ। ବହୁମୁଖୀ ଦ୍ୱିପାକ୍ଷିକ ସହଯୋଗରେ ଅଗ୍ରଗତିର ସମୀକ୍ଷା ଓ ସକାରାତ୍ମକ ଆକଳନ ମଧ୍ୟ ନେତାମାନେ କରିଥିଲେ। ଆଞ୍ଚଳିକ ଯୋଗାଯୋଗରେ ଉନ୍ନତି ଆଣିବା ପାଇଁ ଇରାନର ଚାବାହାର ବନ୍ଦରଉପରେ ଦିଆଯାଇଥିବା ଗୁରୁତ୍ୱ ଏବଂ ପ୍ରାଥମିକତାକୁ ସେମାନେ ସ୍ୱାଗତ କରିଥିଲେ। ଆଞ୍ଚଳିକ ଶାନ୍ତି, ନିରାପତ୍ତା ଏବଂ ସ୍ଥିରତା ପାଇଁ ମିଳିତ ଆଗ୍ରହକୁ ଦୃଷ୍ଟିରେ ରଖି ଉଭୟ ପକ୍ଷ ଯୋଗାଯୋଗରେ ରହିବାକୁ ରାଜି ହୋଇଥିଲେ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories