www.samajalive.in
Sunday, December 14, 2025
14.1 C
Bhubaneswar

ଆମେରିକାର ନୂଆ ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‍ଙ୍କ ସହ ଟେଲିଫୋନରେ କଥାବାର୍ତ୍ତା କରି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କଥାବାର୍ତ୍ତା ସମୟରେ ଦୁଇ ନେତା ଭାରତ-ଆମେରିକା ଭାଗିଦାରୀ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ପାଇଁ ପ୍ରତିଶ୍ରୁତିବଦ୍ଧତାକୁ ଦୋହରାଇଛନ୍ତି। କୋଭିଡ୍‍ ନାଇଣ୍ଟିନ୍‍ର ମୁକାବିଲା, ଜଳବାୟୁ ପରିବର୍ତ୍ତନ ଏବଂ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସହଯୋଗ ଆଦି ପ୍ରସଙ୍ଗ ଉପରେ ସେମାନେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ଆମେରିକା ଉପରାଷ୍ଟ୍ରପତି କମଳା ହାରିଶ୍‍ଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।

ମୋଦୀ କହିଛନ୍ତି, ତାଙ୍କର ସଫଳତା ଭାରତୀୟ ବଂଶୋଦ୍ଭବ ଆମେରିକୀୟମାନଙ୍କ ପାଇଁ ପ୍ରେରଣା ଓ ଗର୍ବର ବିଷୟ। ଭାରତ-ଆମେରିକା ସମ୍ପର୍କରେ ଉନ୍ନତି କ୍ଷେତ୍ରରେ ପ୍ରବାସୀ ଭାରତୀୟମାନଙ୍କର ଭୂମିକା ଅତୁଳନୀୟ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories