www.samajalive.in
Monday, December 8, 2025
27.1 C
Bhubaneswar

‘ଉତ୍କର୍ଷ ଓଡ଼ିଶା’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର: ‘ଉତ୍କର୍ଷ ଓଡ଼ିଶା’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉଦଘାଟନୀ ସମାରୋହରେ ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦଚନ୍ଦ୍ର ସ୍ୱାଇଁ ଯୋଗଦେଇଛନ୍ତି। ‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା’ ସମ୍ମେଳନରୁ ଶିଳ୍ପପତି ଓ ଉଦ୍ୟୋଗୀ ବେଶ କିଛି ଆଶା ରଖୁଛନ୍ତି। ଏହି ଦୁଇଦିନିଆ  ଶିଳ୍ପ ମହାକୁମ୍ଭ ପାଇଁ ଦେଶବିଦେଶର ନିବେଶକ ଓ ପ୍ରତିନିଧି ପହଞ୍ଚି ସାରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କନକ୍ଲେଭ ମାଧ୍ୟମରେ ଓଡ଼ିଶାକୁ ଆଉ ୫ ଲକ୍ଷ କୋଟି ଟଙ୍କାର ନିବେଶ ଆସିବ ବୋଲି ଆଶାବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି କନକ୍ଲେଭରେ ୧୦୦ରୁ ଅଧିକ ନିବେଶକଙ୍କ ସହ ଏମଓୟୁ ସ୍ୱାକ୍ଷର ଓ ପ୍ରାୟ ୫ଲକ୍ଷ କୋଟି ଟଙ୍କାର ନିବେଶ ପ୍ରତିଶ୍ରୁତି ମିଳିବ ବୋଲି ଆଶାବାଦୀ ଅଛନ୍ତି। ଯାହା ଆମ ରାଜ୍ୟର ଶିଳ୍ପାୟନ କ୍ଷେତ୍ରରେ ନୂଆ ଯୁଗ ହେବ ତଥା ହଜାର ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ମାଧ୍ୟମରେ ୨୦୩୬ ମସିହା ସୁଦ୍ଧା ବିକଶିତ ଓଡ଼ିଶା ଗଠନର ଲକ୍ଷ୍ୟ ହାସଲ ସମ୍ଭବପର ହୋଇପାରିବ ବୋଲି କହିଛନ୍ତି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories