www.samajalive.in
Saturday, December 6, 2025
15.1 C
Bhubaneswar

ବାରାଣସୀରୁ ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆଜି ଉତ୍ତର ପ୍ରଦେଶର ବାରାଣସୀ ଆସନ ପାଇଁ ବିଧିବଦ୍ଧ ଭାବେ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟକୁ ଯାଇ ଲଗାତାର ତୃତୀୟ ଥର ପାଇଁ ସେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହାପୂର୍ବରୁ  ସେ ବାରାଣସୀ ଦଶାଶ୍ଵମେଧ ଘାଟରେ ପୂଜାର୍ଚ୍ଚନା କରିଥିଲେ। ଏହାପରେ କାଳଭୈରବ ମନ୍ଦିର ଯାଇ ଆର୍ଶିବାଦ ନେଇଥିଲେ।  ପ୍ରାର୍ଥୀପତ୍ର ଦାଖଲ କରିବା ସମୟରେ ମୋଦୀଙ୍କ ସହ ଗୃହମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ , ୧୮ରୁ ଅଧିକ କ୍ୟାବିନେଟ୍ ମନ୍ତ୍ରୀଙ୍କ ସମେତ ୩୬ ଭିଆଇପି ଉପସ୍ଥିତ ରହିଥିଲେ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ ହୋଇଥିଲେ।   ପ୍ରାର୍ଥୀ ପତ୍ର ଦାଖଲ କରିବା ପରେ ରୁଦ୍ରାକ୍ଷ କନଭେନସନ୍ ସେଣ୍ଟର ହଲରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ। ସୋମବାର ନରେନ୍ଦ୍ର ମୋଦୀ ବାରାଣସୀରେ ବିରାଟ ରୋଡ୍ ଶୋ କରିଥିଲେ। ଜୁନ୍ ୧ ତାରିଖରେ ଶେଷ ପର୍ଯ୍ୟାୟରେ ବାରାଣସୀରେ  ଭୋଟ୍ ପଡିବ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories