www.samajalive.in
Saturday, December 6, 2025
14.1 C
Bhubaneswar

ଆଜି ଦକ୍ଷିଣ ଓଡ଼ିଶାରେ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଜି ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ବିଶାଳ ଜନସଭାକୁ ସମ୍ବୋଧନ କରିବେ ମୋଦୀ। ସୂଚନା ଅନୁସାରେ ସକାଳ ୧୦ଟାରେ ବ୍ରହ୍ମପୁର ଏବଂ ଦିନ ୧୨ଟାରେ ନବରଙ୍ଗପୁର ପାପଡାହାଣ୍ଡିରେ ପ୍ରଧାନମନ୍ତ୍ରୀଙ୍କ ଜନସଭା କାର୍ଯ୍ୟକ୍ରମ ରହିଛି। ବ୍ରହ୍ମପୁର ସହ କନିଷିରେ ସାଧାରଣ ସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ଲାଗି ଭୋଟ ଭିକ୍ଷା କରିବା ସହ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଏସପିଜି ସହ ୩୦ ପ୍ଲାଟୁନ ଫୋର୍ସ, ବମ୍‌‌ ସ୍କ୍ୱାଡ୍‌‌ ଓ ସନ୍ଧାନୀ କୁକୁର ମୁତୟନ ହୋଇଛନ୍ତି। ରବିବାର ରାତିରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ପହଂଚିବା ପରେ ସେଠାରୁ ସିଧାସଳଖ ରାଜଭବନ ଯାଇଥିଲେ। ବିମାନ ବନ୍ଦର ବାହାରେ ଭବ୍ୟ ସମ୍ବର୍ଦ୍ଧନା ଦେଇଥିଲେ ରାଜ୍ୟ ବିଜେପି ନେତା ଓ କର୍ମୀ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories