www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ମୋଦିଙ୍କ ମେଗା ରାଲି: ତେଲେଙ୍ଗାନା, କର୍ଣ୍ଣାଟକ ଓ ତାମିଲନାଡୁ ଗସ୍ତ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ: ନିର୍ବାଚନ ବିଗୁଲ ବାଜୁ ବାଜୁ ପ୍ରଚାର ଅଭିଯାନ ଜୋରଦାର କରିଛି ବିଜେପି। ମିଶନ ସାଉଥ୍ ରେ ସୋମବାର ତେଲେଙ୍ଗାନା, କର୍ଣ୍ଣାଟକ ଓ ତାମିଲନାଡୁ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦଳର ସବୁଠୁ ବଡ ଷ୍ଟାର କ୍ୟାମ୍ପେନର ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ତିନି ରାଜ୍ୟ ଗସ୍ତ କରି ସଭାରେ ଜନ ସମ୍ବୋଧନ ଦେବେ ।  ରବିବାର ପ୍ରଧାନମନ୍ତ୍ରୀ ଆନ୍ଧ୍ର ପ୍ରଦେଶର ପାଲନାଡୁରେ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏନଡିଏରେ ସାମିଲ ହୋଇଥିବା ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଏବଂ ପବନ କଲ୍ୟାଣଙ୍କ ସହ ମେଗା ରାଲି କରିଥିଲେ। ସାଧାରଣ ସଭାକୁ ସମ୍ବୋଧିତ କରି କହିଛନ୍ତି ବିକଶିତ ଭାରତ ଓ ବିକଶିତ ଆନ୍ଧ୍ର ପାଇଁ ଏଥର ଏନଡିଏକୁ ୪୦୦ ପାର୍ କରିବାକୁ ପଡିବ। ଏନଡିଏ ଏମପି ଓ ଏମଏଲଏ ମେଣ୍ଟ ଭାବରେ କେନ୍ଦ୍ରର ଲୋକାଭିମୁଖୀ ଯୋଜନାକୁ ଘରେ ଘରେ ପହଞ୍ଚାଇବେ । ଏହା ମୋଦିଙ୍କ ଗ୍ୟାରେଣ୍ଟି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories