www.samajalive.in
Monday, December 8, 2025
20.1 C
Bhubaneswar

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୧ତମ ଜନ୍ମଦିବସ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୧ତମ ଜନ୍ମଦିବସ। ଏହି ଅବସରରେ ଦେଶଦୁନିଆରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। ସୋସିଆଲ ମିଡିଆରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସମେତ ସଭିଏଁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।
ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପ୍ରଧାନମନ୍ତ୍ରୀଙ୍କୁ ଟ୍ୱିଟ କରି ଶୁଭକାମନା ଜଣାଇ କହିଛନ୍ତି ସେ ସୁସ୍ଥ ରୁହନ୍ତୁ ଓ ଦୀର୍ଘଜୀବୀ ହୁଅନ୍ତୁ।
ଏହାସହ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଆଜି ସରକାର ରେକର୍ଡ ସଂଖ୍ୟକ ଲୋକଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖିଛନ୍ତି।
ବିଜେପି ପକ୍ଷରୁ ଆଜି ଠାରୁ ୨୦ଦିନ ଧରି ଏକ ମେଗା କାର୍ଯ୍ୟକ୍ରମ ‘ସେବା ଓ ସମର୍ପଣ ଅଭିଯାନ’ ଆରମ୍ଭ କରାଯାଉଛି। ଏହି କାର୍ଯ୍ୟକ୍ରମ ଅକ୍ଟୋବର ୭ ପର୍ଯ୍ୟନ୍ତ ଚାଲିବ। ଆଜି ଠାରୁ ଅକ୍ଟୋବର ୭ ତାରିଖ ପର୍ଯ୍ୟନ୍ତ ବିଜେପି ପକ୍ଷରୁ ବିଭିନ୍ନ ସ୍ଥାନରେ ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହେବା ସହ ରକ୍ତଦାନ ଶିବିରର ଆୟୋଜନ କରାଯିବ। ସ୍ୱାସ୍ଥ୍ୟ ଶିବିରର ଆୟୋଜନ କରାଯାଇ ମାଗଣାରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories