www.samajalive.in
Sunday, December 7, 2025
13.1 C
Bhubaneswar

କଏଦୀ ନମ୍ବର ୬୭୦; ତିହାର ଜେଲରେ କଟିଲା କେଜ୍ରିୱାଲଙ୍କ ପ୍ରଥମ ରାତି

ନୂଆଦିଲ୍ଲୀ: ତିହାର ଜେଲରେ କଏଦୀ ନମ୍ବର ୬୭୦ ହେଉଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଜେଲରେ ପ୍ରଥମ ରାତି କାଟିଛନ୍ତି କେଜ୍ରିୱାଲ। ଅବକାରୀ ନୀତି ଦୁର୍ନୀତି ମାମଲାରେ ୧୫ଦିନିଆ ବିଚାର ବିଭାଗୀୟ ହାଜତକୁ ଯାଇଥିବା ଅରବିନ୍ଦ କେଜ୍ରିୱାଲ ତିହାରର ୨ ନଂ ଜେଲରେ ରହିଛନ୍ତି। ସେଲରେ କେଜ୍ରିୱାଲ ଏବେ ଏକୁଟିଆ ଅଛନ୍ତି। ଜେଲ ପ୍ରଶାସନର ସୂଚନା ଅନୁଯାୟୀ କୋର୍ଟଙ୍କ ନିର୍ଦ୍ଦେଶ ବ୍ୟତୀତ ଏଠାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ କୌଣସି ବିଶେଷ ବ୍ୟବହାର କରାଯିବ ନାହିଁ। ପଢିବା ପାଇଁ ଶ୍ରୀମଦ ଭାଗବତ ଗୀତା, ରାମାୟଣ ଏବଂ ହାଓ ପ୍ରାଇମିନିଷ୍ଟର ଡିସାଇଡ ପସ୍ୱୃଳ ମାଗିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ପୂର୍ବରୁ ୩ ଜଣ ନେତାଙ୍କୁ ଗିରଫ କରାଯାଇ ତିହାର ଜେଲରେ ରଖାଯାଇଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories