www.samajalive.in
Monday, December 8, 2025
20.1 C
Bhubaneswar

ପୃଥ୍ବୀ-୨ର ବ୍ୟାବହାରିକ ପରୀକ୍ଷଣ ସଫଳ

ବାଲେଶ୍ଵର: ବାଲେଶ୍ଵରସ୍ଥିତ ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରରେ ଗୁରୁବାର ରାତି ସାଢ଼େ ୮ଟାରେ ଆଣବିକ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରଖିଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ବ୍ୟାବହାରିକ ପରୀକ୍ଷଣ କରାଯାଇଛି। ପୃଥ୍ବୀ-୨ର ଏହି ରାତ୍ରିକାଳୀନ ପରୀକ୍ଷା ୪ର୍ଥ ଥର ପାଇଁ କରାଯାଇଥିବାବେଳେ ଏହା ସଫଳ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କରୁଥିବା ଏହି ଆଣବିକ କ୍ଷମତାସମ୍ପନ୍ନ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୩୫୦ କିଲୋମିଟର ରହିଛି। ଏହା ୫୦୦ରୁ ୧୦୦୦ କିଲୋଗ୍ରାମ ପର୍ଯ୍ୟନ୍ତ ଯୁଦ୍ଧାସ୍ତ୍ର ବହନ କରିପାରିବ। ପ୍ରତିରକ୍ଷା ଗବେଷଣା ଉନ୍ନୟନ ପ୍ରତିଷ୍ଠାନ(ଡିଆରଡିଓ)ର ଷ୍ଟ୍ରାଟେଜିକ କମାଣ୍ଡ ଫୋର୍ସ ପକ୍ଷରୁ ଗଚ୍ଛିତ ରହିଥିବା କ୍ଷେପଣାସ୍ତ୍ରଗୁଡ଼ିକ ମଧ୍ୟରେ ଯେକୌଣସି କ୍ଷେପଣାସ୍ତ୍ର ବଛାଯାଇ ଏହି ପରୀକ୍ଷା କରାଯାଇଥିଲା। ଡିଆରଡିଓର ରାଡାର, ଇଲେକ୍ଟ୍ରା ଅପ୍‌ଟିକାଲ ଟ୍ରାକିଂ ସିଷ୍ଟମ ଦ୍ବାରା ଓଡ଼ିଶା ଉପକୂଳରେ ରହିଥିବା ଟେଲିମେଟ୍ରି ଷ୍ଟେଶନ ସହାୟତାରେ କ୍ଷପଣାସ୍ତ୍ରର ଗତିପଥ ଉପରେ ନଜର ରଖାଯାଇଥିଲା। ପୃଥ୍ବୀ-୨ କ୍ଷେପଣାସ୍ତ୍ର ୨୦୦୩ରୁ ଭାରତୀୟ ସେନାରେ ସାମିଲ ହୋଇଛି ଏବଂ ଏହାର ଲମ୍ବ ୯ ମିଟର।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories