www.samajalive.in
Saturday, December 6, 2025
19.1 C
Bhubaneswar

ରାଜଧାନୀରେ ସିରିଜ୍ ଦୁର୍ଘଟଣା: ଦୁଇ ଆହତ

ଭୁବନେଶ୍ଵର: ଭୁବନେଶ୍ଵର ସତସଙ୍ଗବିହାର ନିକଟରେ ସିରିଜ୍ ଦୁର୍ଘଟଣା। ଦୁଇଟି କାର୍‌କୁ ପଛରୁ ଧକ୍କା ଦେଇଛି ଘରୋଇ ବସ୍। ଏଥିରେ ଦୁଇ ଜଣ ଆହତ ହୋଇଛନ୍ତି। ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ମୂତାବକ ଆଜି ସକାଳେ ସତସଙ୍ଗବିହାର ନିକଟରେ ଜଣେ ବାଇକ୍ ଚାଳକ ,  ଜଣେ ବୋଲେରୋ ଚାଳକଙ୍କ ସହ କଥା ହେଉଥିଲେ। ସେହି ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ଘରୋଇ ବସ୍ ଏକ କାରକୁ ପଛରୁ ଧକ୍କା ଦେଇଥିଲା। ଏବଂ ଉକ୍ତ କାରଟି ଯାଇ ଅନ୍ୟ ଏକ କାର ସହ ମାଡ ହୋଇଥିଲା। ଏଥିରେ ଦୁଇ ଜଣ ସାମାନ୍ୟ ଆହତ ହୋଇଛନ୍ତି। ଉଭୟଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ଯୋଗୁଁ କିଛି ସମୟ ଧରି ରସୁଲଗଡ଼ଠାରୁ ପଳାଶୁଣି ଯାଏଁ ଯାତାୟାତରେ ବାଧା ଉପୁଜିଥିଲା। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଥିଲା।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories