www.samajalive.in
Sunday, December 7, 2025
14.1 C
Bhubaneswar

ଓ୍ବାୟନାଡରେ ବିଜୟ ଅଭିମୁଖେ ପ୍ରିୟଙ୍କା ଗାନ୍ଧୀ

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ସାଧାରଣ ସମ୍ପାଦିକା ତଥା ରାହୁଲ ଗାନ୍ଧୀଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଓ୍ବାୟନାଡ଼ରେ ବାଜିମାତ କରିବାକୁ ଯାଉଛନ୍ତି। ଏଠାରେ ଅନୁଷ୍ଠିତ ଲୋକସଭା ଉପନିର୍ବାଚନର ଭୋଟ ଗଣତି ଶନିବାର ଜାରି ରହିଥିବାବେଳେ ପ୍ରିୟଙ୍କା ସବୁଠୁ ଆଗରେ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରିୟଙ୍କାଙ୍କୁ ୩ ଲକ୍ଷ ୧୭ ହଜାର ୯୮୩ ଖଣ୍ଡ ଭୋଟ ମିଳିଛି। ସେ ତାଙ୍କ ନିକଟତମ ପ୍ରତିଦ୍ଵନ୍ଦ୍ଵୀ ସିପିଆଇ ପ୍ରାର୍ଥୀ ସାଥୟନ ମୋକେରିଙ୍କଠାରୁ ୨ ଲକ୍ଷ ୯ ହଜାର ୧୭୩ ଭୋଟ ବ୍ୟବଧାନରେ ଆଗୁଆ ରହିଛନ୍ତି। ସାଥୟନଙ୍କୁ ୧ଲକ୍ଷ ୮ ହଜାର ୮୧୦ ଭୋଟ ମିଳିଛି। ବିଜେପି ଏଠାରେ ୩ୟ ସ୍ଥାନରେ ରହିଛି। ବିଜେପି ପ୍ରାର୍ଥୀ ନାଭ୍ୟା ହରିଦାସ ୬୦ ହଜାର ୬୯୨ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ରହିଛନ୍ତି। ଭୋଟ ଗଣତି ଜାରି ରହିଥିବାରୁ ଫଳାଫଳ ସ୍ପଷ୍ଟ ହୋଇନାହିଁ। କିନ୍ତୁ ପ୍ରିୟଙ୍କାଙ୍କ ବିଜୟ ଏକପ୍ରକାର ନିଶ୍ଚିତ ହୋଇଥିବା କୁହାଯାଉଛି। ଏହି ଆସନରେ ମୋଟ ୧୬ ଜଣ ପ୍ରାର୍ଥୀ ପ୍ରତିଦ୍ଵନ୍ଦ୍ଵିତା କରୁଥିଲେ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories