www.samajalive.in
Sunday, December 14, 2025
26.1 C
Bhubaneswar

ପ୍ରଫେସର ଅମୀୟ କୁମାର ରଥ ବିପିୟୁଟି ନୂଆ କୁଳପତି

ଭୁବନେଶ୍ବର: ପ୍ରଫେସର ଅମୀୟ କୁମାର ରଥ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ବବିଦ୍ୟାଳୟ(ବିପିୟୁଟି)ର ନୂତନ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ସଂକ୍ଷିପ୍ତ ତାଲିକାରେ ଥିବା ତିନି ପ୍ରଫେସରଙ୍କ ସାକ୍ଷାତକାର ନେବା ପରେ ବିଶ୍ବବିଦ୍ୟାଳୟ କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଆଜି ଶ୍ରୀ ରଥଙ୍କ ନାମ ଘୋଷଣା କରିଛନ୍ତି। ଓଡ଼ିଶା ବିଶ୍ବବିଦ୍ୟାଳୟ(ସଂଶୋଧିତ) ଆଇନ ୨୦୨୦ର ସେକ୍ସନ ୬ର ସବ୍‌ ସେକ୍ସନ(୭)ର ସବ୍‌ ସେକ୍ସନ(୧) ଅନୁଯାୟୀ ଏହି ନିଯୁକ୍ତି ଦିଆଯାଇଥିବା ରାଜଭବନ ପକ୍ଷରୁ କୁହାଯାଇଛି। ପ୍ରଫେସର ଅମୀୟ କୁମାର ରଥଙ୍କ ନିଯୁକ୍ତକୁ କୁଳାଧିପତି ତଥା ରାଜ୍ୟପାଳ ମଞ୍ଜୁରୀ ଦେଇଛନ୍ତି। ପ୍ରଫେସର ରଥ କାର୍ଯ୍ୟରେ ଯୋଗଦେବା ଦିନଠାରୁ ତତ୍କାଳ ୫ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟ କରିପାରିବେ କିମ୍ବା ଏ ସଂକ୍ରାନ୍ତରେ ପରବର୍ତ୍ତି ନିର୍ଦେଶ ପ୍ରକାଶ ପର୍ଯ୍ୟନ୍ତ ସେ କୁଳପତି ଭାବେ କାର୍ଯ୍ୟ ସମ୍ପାଦନ କରିପାରିବେ।

ବର୍ତ୍ତମାନ ବେଙ୍ଗାଲୁରୁ ନାକ ଉପଦେଷ୍ଟା(ଆଇସିଟ) ଭାବେ ପ୍ରଫେସର ଅମୀୟ କୁମାର ମିଶ୍ର କାର୍ଯ୍ୟ କରୁଛନ୍ତି। ପ୍ରଫେସର ରଥଙ୍କର ଶିକ୍ଷାଦାନ କ୍ଷେତ୍ରରେ ତାଙ୍କର ୩୩ ବର୍ଷର ଅଭିଜ୍ଞତା ରହିଛି। ସେହିପରି ସେ ୯ଟି ବହି ଲେଖିଛନ୍ତି। ପ୍ରଫେସର ଅମିୟ ରଥ ୧୨ ଜଣ ପିଏଚଡି ସ୍କଲାର ଏବଂ ୧୭ ଜଣ ପିଜି ସ୍କଲାରଙ୍କୁ ଗାଇଡ୍ କରିଛନ୍ତି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories