www.samajalive.in
Saturday, December 6, 2025
14.1 C
Bhubaneswar

ଅସୀମ ଘୋଷ ହରିୟାଣା ଓ ଅଶୋକ ଗଜପତି ଗୋଆ ରାଜ୍ୟପାଳ ନିଯୁକ୍ତ, କବିନ୍ଦର ଗୁପ୍ତାଙ୍କୁ ଲଦାଖ ଦାୟିତ୍ଵ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦୁଇଟି ରାଜ୍ୟର ରାଜ୍ୟପାଳ ଏବଂ ଏକ କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି। ପୂର୍ବତନ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ପୁସାପତି ଅଶୋକ ଗଜପତି ରାଜୁଙ୍କୁ ଗୋଆର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଥିବାବେଳେ ଜମ୍ମୁ-କାଶ୍ମୀରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ କବିନ୍ଦର ଗୁପ୍ତାଙ୍କୁ ଲଦାଖର ନୂଆ ଉପରାଜ୍ୟପାଳ ନିଯୁକ୍ତ କରାଯାଇଛି। ସେହିପରି ପ୍ରଫେସର ଅସୀମ କୁମାର ଘୋଷଙ୍କୁ ହରିୟାଣାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ଏହି ନିଯୁକ୍ତିଗୁଡ଼ିକ ସେମାନଙ୍କ କାର୍ଯ୍ୟାଳୟର ଦାୟିତ୍ୱ ଗ୍ରହଣ କରିବା ତାରିଖରୁ କାର୍ଯ୍ୟକାରୀ ହେବ। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories