www.samajalive.in
Sunday, December 7, 2025
16.1 C
Bhubaneswar

ପ୍ରଫେସର ବୈଷ୍ଣବ ଚରଣ ସାମଲ ପାଇବେ ଚଳିତ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଡେସ୍କ: ପ୍ରଫେସର ବୈଷ୍ଣବ ଚରଣ ସାମଲ ପାଇବେ ଚଳିତ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ତାଙ୍କ ରଚିତ ପ୍ରବନ୍ଧ ପୁସ୍ତକ ‘ଭୂତି ଭକ୍ତି ବିଭୂତି’ ପାଇଁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ୧୯୩୯ ମସିହା ଫେବୃଆରୀ ୨୭ରେ ଜନ୍ମ ଗ୍ରହଣ କରିଥିବା ପ୍ରଫେସର ସାମଲ ନିଜ ସାହିତ୍ୟ କୃତି ପାଇଁ ଅନେକ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଜଣେ ଅଧ୍ୟାପକ ଓ ଗବେଷକ ଭାବେ ଉତ୍କଳ ବିଶ୍ବବିଦ୍ୟାଳୟଠାରୁ ବିଶ୍ୱଭାରତୀ ପର୍ଯ୍ୟନ୍ତ ଯାତ୍ରା ଓ ଅନେକ ସୃଷ୍ଟିର ସଂଭାର ତାଙ୍କୁ ଉଭୟ ଶିକ୍ଷକ, ଛାତ୍ରଛାତ୍ରୀ, ଗବେଷକ ଓ ପାଠକଙ୍କ ନିକଟରେ ପରିଚିତ କରାଇପାରିଛି। ଶ୍ରେଣୀକକ୍ଷ ଠାରୁ ସଭାକକ୍ଷ ଓ ମୁକ୍ତମଞ୍ଚର ଶ୍ରୋତାଙ୍କୁ ବିମୁଗ୍ଧ କରିଛି।

ପ୍ରଫେସର ବୈଷ୍ଣବ ଚରଣ ସାମଲଙ୍କ ରଚିତ ପୁସ୍ତକ ମଧ୍ୟରେ ଓଡ଼ିଆ କ୍ଷୁଦ୍ରଗଳ୍ପର ଇତିବୃତ୍ତ, ଜଣେ ବଣା ବାଟୋଇର କାହାଣୀ, କହଇ ଅଭିରାମ ବାଇ, ଗଣକବି ସାହିତ୍ୟ ସମୀକ୍ଷା, ଲାବଣ୍ୟବତୀ, ଓଡ଼ିଆ ସାହିତ୍ୟର ଇତିହାସ, ଅତିବଡ଼ି ଜଗନ୍ନାଥ ଦାସ, ଓଡ଼ିଆ ଗଳ୍ପ-ଉନ୍ମେଷ ଓ ଉତ୍ତରଣ, ସ୍ୱାଧୀନତା ପରବର୍ତ୍ତୀ ଓଡ଼ିଆ ସାହିତ୍ୟର ଭୂମି ଓ ଭୂମିକା, ଓଡ଼ିଆ ସାହିତ୍ୟରେ ରାଧାନାଥ ଓ ସତ୍ୟବାଦୀ ଯୁଗ, ଘଟେ ଘଟେ ଅଶ୍ୱଥମା ଓ ଅନ୍ୟାନ୍ୟ ପ୍ରବନ୍ଧ, ଏକା ଏକା ନକ୍ଷତ୍ର, ଆଲୋକ ଆଲୋକନ ବିଲୋକନ ଏବଂ ସଂସ୍କୃତିର ମହକ ସାହିତ୍ୟର ଚମକ ଅନ୍ୟତମ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories