www.samajalive.in
Monday, December 8, 2025
20.1 C
Bhubaneswar

ପ୍ରଫେସର ସଚ୍ଚିଦାନନ୍ଦ ମହାନ୍ତି ୟୁଜିସି ସଦସ୍ୟ ନିଯୁକ୍ତ

ଭୁବନେଶ୍ୱର: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି)ର ସଦସ୍ୟ ଭାବେ ପ୍ରଫେସର ସଚ୍ଚିଦାନନ୍ଦ ମହାନ୍ତି ନିଯୁକ୍ତ ହୋଇଛନ୍ତି। ଏଠାରେ ତାଙ୍କର କାର୍ଯ୍ୟକାଳ ୩ବର୍ଷ ରହିବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତିନି ଦଶନ୍ଧିରୁ ଅଧିକ ସମୟ ହେବ ପ୍ରଫେସର ମହାନ୍ତି ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରରେ ଶିକ୍ଷା ଏବଂ ସଂସ୍କୃତି କ୍ଷେତ୍ରରେ ବହୁ ସମ୍ମାନ ପାଇଛନ୍ତି। ସେ ହାଇଦ୍ରାବାଦ ବିଶ୍ୱବଦ୍ୟାଳୟ ଇଂରାଜୀ ବିଭାଗର ପ୍ରଫେସର ଓ ମୁଖ୍ୟ ରହିଥିଲେ। ଓଡ଼ିଶାର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ସେ ହେଉଛନ୍ତି ପୂର୍ବତନ କୁଳପତି। ସଚ୍ଚିଦାନନ୍ଦ ମହାନ୍ତି ଏବେ ଚଣ୍ଡିଗଡ ସ୍ଥିତ ପଞ୍ଜାବ ବିଶ୍ୱବିଦ୍ୟାଳୟ ଶ୍ରୀ ଅବରିନ୍ଦ ଚେୟାରର ପ୍ରଫେସର ଅଛନ୍ତି। ପ୍ରଫେସର ସଚ୍ଚିଦାନନ୍ଦ ମହାନ୍ତି ଓଡ଼ିଶାର ପ୍ରଖ୍ୟାତ କବି ସ୍ୱର୍ଗତ ପଞ୍ଚାନନ ମହାନ୍ତି ଓ ସ୍ୱର୍ଗତ ବିଦ୍ୟୁତ ପ୍ରଭାସ ଦେବୀଙ୍କ ପୁତ୍ର ଅଟନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories