www.samajalive.in
Friday, December 5, 2025
27.1 C
Bhubaneswar

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ । ରାଜ୍ୟରେ ମୋଟ ୧୪୩୦ ପଦବୀ ଖାଲି ପଡିଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବିଧାନସଭାରେ ଉତ୍ତର ରଖିଛନ୍ତି । ସେଥିରୁ ୨୬୧ପ୍ରାଧ୍ୟାପକ, ୪୫୯ସହଯୋଗୀ ପ୍ରାଧ୍ୟାପକ, ୭୧୦ ସହକାରୀ ପ୍ରାଧ୍ୟାପକ ପଦବୀ ଫାଙ୍କା ପଡିଛି । ଗୋଟିଏ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି । ଆଜି ଗୃହରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ।

ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ ୬ଟି ବିଶ୍ୱବିଦ୍ୟାଳୟର ଆଶାୟୀ କୁଳପତିମାନଙ୍କ ସାକ୍ଷାତକାର ସରିଛି । ସେପଟେ ସରକାରୀ ମହାବିଦ୍ୟାଳୟରେ ୫୫୬ଅଧ୍ୟାପକ ପଦବୀ ଖାଲି ପଡିଛି । ୩୮୫ପଦବୀ ପାଇଁ ଓପିଏସସି ବିଜ୍ଞାପନ ଜାରି କରିଥିଲେ, ତାହାର ଚୟନ ପ୍ରକ୍ରିୟା ଜାରି ରହିଛି । ୩୦୪ ଅଧ୍ୟାପକ ପଦବୀ ପୂରଣ ପାଇଁ ଓପିଏସସିକୁ ଅନୁରୋଧ କରିଛନ୍ତି । ରାଜ୍ୟରେ ବେସକାରୀ ଅନୁଦାନ ପ୍ରାପ୍ତ କଲେଜରେ ୧୬୮୯ ଅଧ୍ୟାପକ ପଦବୀ ଖାଲି ପଡିଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

Related Articles

Popular Categories