www.samajalive.in
Monday, December 15, 2025
14.1 C
Bhubaneswar

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ କ୍ଷେତ୍ରସ୍ତରୀୟ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ

ଗୋପାଳପୁର : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ), ଭୁବନେଶ୍ୱର ପକ୍ଷରୁ ଏକ କ୍ଷେତ୍ରସ୍ତରୀୟ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆରବିଆଇ ମହାପ୍ରବନ୍ଧକ ଅନିତା ପଟ୍ଟନାୟକ, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ, ଏସଏଲବିସି ଓଡ଼ିଶାର ଆବାହକ ତଥା ମହାପ୍ରବନ୍ଧକ ଗୌତମ ପାତ୍ର, ଏସବିଆଇ ଡିଜିଏମ ସନ୍ଦୀପ କୁମାର ଚୌବେ, ୟୁବିଆଇ ଏଜିଏମ ବଂଶୀଧର ତ୍ରିପାଠୀ ଯୋଗ ଦେଇ ଉଦଘାଟନ କରିଥିଲେ। ଆରବିଆଇର ମହାପ୍ରବନ୍ଧକ  ଶ୍ରୀମତି ପଟ୍ଟନାୟକ ଯୋଗ ଦେଇ ରିଜର୍ଭ ବ୍ୟାଙ୍କ ଦ୍ୱାରା କରାଯାଇଥିବା ବିଭିନ୍ନ କାର୍ଯ୍ୟକଳାପ ଉପରେ ଆଲୋକପାତ କରିବା ସହ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଏବଂ ଆର୍ଥିକ ସାକ୍ଷରତା ପାଇଁ ଆରବିଆଇ ଦ୍ୱାରା ନିଆଯାଇଥିବା ପଦକ୍ଷେପ ବିଷୟରେ ସୂଚନା ଦେଇଥିଲେ l  ବିଭିନ୍ନ ପ୍ରକାର ସାଇବର ଠକେଇ ରୋକିବା ପାଇଁ ଆର୍ଥିକ ସଚେତନତା ଓ ସତର୍କତା ଅବଲମ୍ବନ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଅନ୍ୟ ଅତିଥି ମାନେ ଯୋଗ ଦେଇ ସାମ୍ପ୍ରତିକ ପରିସ୍ଥିତିରେ ଆର୍ଥିକ ସଚେତନତାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି କାର୍ଯ୍ୟକ୍ରମଟି ଏଫ୍ଆଇଡିଡି, ଡିଓଏସ୍ ଓ ଆଇବିଡିର ମିଳିତ ସହଯୋଗରେ ଅନୁଷ୍ଠିତ ହୋଇଥିଲା। ରିଜର୍ଭ ବ୍ୟାଙ୍କର ଅଧିକାରୀମାନେ ଆର୍ଥିକ ଯୋଜନା, ସଞ୍ଚୟ ଏବଂ ଦାୟିତ୍ୱ ପୂର୍ଣ୍ଣ ଋଣ ନେବା, ନିବେଶ, ବୀମା ସମେତ ସାମାଜିକ ସୁରକ୍ଷା ଯୋଜନା ଏବଂ ପେନସନ, ଶିକ୍ଷା ଋଣ ପାଇଁ ବିଦ୍ୟା ଲକ୍ଷ୍ମୀ, ନକଲି ନୋଟ ଚିହ୍ନଟ, ବ୍ୟାଙ୍କ ଦ୍ୱାରା ନୋଟ୍ ବିନିମୟ ସୁବିଧା ଏବଂ ମୁଦ୍ରା ଗୁଡିକର ଲିଗାଲ ଟେଂଡର ସମ୍ପର୍କରେ ଅବଗତ କରାଯାଇଥିଲା ଏବଂ ଅଂଶଗ୍ରହଣକାରୀଙ୍କ ପ୍ରଶ୍ନର ଉତ୍ତର ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ଏଲଡିଏମ, ଏଫଏଲସି, ସିଏଫଏଲ ଏବଂ ଅନ୍ୟାନ୍ୟ ବ୍ୟାଙ୍କର ଅଧିକାରୀ, ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା, ବରିଷ୍ଠ ନାଗରିକ, ମହିଳା ସଂଘ,ଚାଷୀ ଓ ଉଦ୍ୟୋଗୀ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories