www.samajalive.in
Monday, December 15, 2025
26.1 C
Bhubaneswar

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ କ୍ଷେତ୍ରସ୍ତରୀୟ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ

ଗୋପାଳପୁର : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ), ଭୁବନେଶ୍ୱର ପକ୍ଷରୁ ଏକ କ୍ଷେତ୍ରସ୍ତରୀୟ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆରବିଆଇ ମହାପ୍ରବନ୍ଧକ ଅନିତା ପଟ୍ଟନାୟକ, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ, ଏସଏଲବିସି ଓଡ଼ିଶାର ଆବାହକ ତଥା ମହାପ୍ରବନ୍ଧକ ଗୌତମ ପାତ୍ର, ଏସବିଆଇ ଡିଜିଏମ ସନ୍ଦୀପ କୁମାର ଚୌବେ, ୟୁବିଆଇ ଏଜିଏମ ବଂଶୀଧର ତ୍ରିପାଠୀ ଯୋଗ ଦେଇ ଉଦଘାଟନ କରିଥିଲେ। ଆରବିଆଇର ମହାପ୍ରବନ୍ଧକ  ଶ୍ରୀମତି ପଟ୍ଟନାୟକ ଯୋଗ ଦେଇ ରିଜର୍ଭ ବ୍ୟାଙ୍କ ଦ୍ୱାରା କରାଯାଇଥିବା ବିଭିନ୍ନ କାର୍ଯ୍ୟକଳାପ ଉପରେ ଆଲୋକପାତ କରିବା ସହ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଏବଂ ଆର୍ଥିକ ସାକ୍ଷରତା ପାଇଁ ଆରବିଆଇ ଦ୍ୱାରା ନିଆଯାଇଥିବା ପଦକ୍ଷେପ ବିଷୟରେ ସୂଚନା ଦେଇଥିଲେ l  ବିଭିନ୍ନ ପ୍ରକାର ସାଇବର ଠକେଇ ରୋକିବା ପାଇଁ ଆର୍ଥିକ ସଚେତନତା ଓ ସତର୍କତା ଅବଲମ୍ବନ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଅନ୍ୟ ଅତିଥି ମାନେ ଯୋଗ ଦେଇ ସାମ୍ପ୍ରତିକ ପରିସ୍ଥିତିରେ ଆର୍ଥିକ ସଚେତନତାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି କାର୍ଯ୍ୟକ୍ରମଟି ଏଫ୍ଆଇଡିଡି, ଡିଓଏସ୍ ଓ ଆଇବିଡିର ମିଳିତ ସହଯୋଗରେ ଅନୁଷ୍ଠିତ ହୋଇଥିଲା। ରିଜର୍ଭ ବ୍ୟାଙ୍କର ଅଧିକାରୀମାନେ ଆର୍ଥିକ ଯୋଜନା, ସଞ୍ଚୟ ଏବଂ ଦାୟିତ୍ୱ ପୂର୍ଣ୍ଣ ଋଣ ନେବା, ନିବେଶ, ବୀମା ସମେତ ସାମାଜିକ ସୁରକ୍ଷା ଯୋଜନା ଏବଂ ପେନସନ, ଶିକ୍ଷା ଋଣ ପାଇଁ ବିଦ୍ୟା ଲକ୍ଷ୍ମୀ, ନକଲି ନୋଟ ଚିହ୍ନଟ, ବ୍ୟାଙ୍କ ଦ୍ୱାରା ନୋଟ୍ ବିନିମୟ ସୁବିଧା ଏବଂ ମୁଦ୍ରା ଗୁଡିକର ଲିଗାଲ ଟେଂଡର ସମ୍ପର୍କରେ ଅବଗତ କରାଯାଇଥିଲା ଏବଂ ଅଂଶଗ୍ରହଣକାରୀଙ୍କ ପ୍ରଶ୍ନର ଉତ୍ତର ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ଏଲଡିଏମ, ଏଫଏଲସି, ସିଏଫଏଲ ଏବଂ ଅନ୍ୟାନ୍ୟ ବ୍ୟାଙ୍କର ଅଧିକାରୀ, ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା, ବରିଷ୍ଠ ନାଗରିକ, ମହିଳା ସଂଘ,ଚାଷୀ ଓ ଉଦ୍ୟୋଗୀ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories