www.samajalive.in
Sunday, December 14, 2025
26.1 C
Bhubaneswar

ଶ୍ରୀଗୁଣ୍ଡିଚା ମନ୍ଦିର ସର୍ବସାଧାରଣ ଭକ୍ତଙ୍କ ପାଇଁ ଖୋଲାଯିବା ପ୍ରସ୍ତାବ ସାମୟିକ ଭାବେ ସ୍ଥଗିତ

 
ପୁରୀ – ପରିଚାଳନା କମିଟିଙ୍କ ପରାମର୍ଶ ତଥା ଅଧିସ୍ୱୀକୃତି ଅନୁସାରେ କିଛିଦିନ ତଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନେତୃତ୍ବରେ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରି ଏବଂ ପରେ, ପରିଚାଳନା କମିଟିର ବରିଷ୍ଠ ସେବକ ସଦସ୍ୟ ଏବଂ ଅଧିକାରୀ ବୃନ୍ଦ ଶ୍ରୀଗୁଣ୍ଡିଚା ମନ୍ଦିର ଅନୁଧ୍ୟାନ କରିଥିଲେ l ଏହାପରେ ଆସନ୍ତା ଡିସେମ୍ବର ୧ ତାରିଖରୁ ଏହାକୁ ଶ୍ରଦ୍ଧାଳୁ ଓ ଭକ୍ତଙ୍କ ଲାଗି ଖୋଲାଯିବା ନେଇ ବିଚାର କରାଯାଇଥିଲା l ତେବେ ଏହା ଭିତରେ ଶ୍ରୀଗୁଣ୍ଡିଚା ମନ୍ଦିର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ପାଇଁ ଆହୁରି ଅଧିକ ସମୟ ଆବଶ୍ୟକ ବୋଲି ଅତିରିକ୍ତ ମୁଖ୍ୟ ଯନ୍ତ୍ରି ରିପୋର୍ଟ ଦେଇଛନ୍ତି l

ଏଥିସହ ମନ୍ଦିର ମଧ୍ୟରେ ଷ୍ଟିଲ ବିମ୍ ଲଗାଯିବା ପ୍ରସ୍ତାବ ଥିବା ସହ ଖଣ୍ଡୋଲାଇଟ୍ ପଥର ଲଗା କାମ ବାକି ଥିବା ଦର୍ଶାଇଛନ୍ତି l ସେହିପରି ଶ୍ରୀଗୁଣ୍ଡିଚା ମନ୍ଦିର ପରିସର ଉଦ୍ୟାନ ଗୁଡିକ ଭକ୍ତଙ୍କ ସୁରକ୍ଷା ଦୃଷ୍ଟିରୁ ସଫେଇ ଏବଂ ଉନ୍ନତିକରଣ ଜରୁରୀ ଥିବା ବରିଷ୍ଠ ସୁପରଭାଇଜର୍ ରିପୋର୍ଟ ଦେଇଛନ୍ତି l ଏହାକୁ ବିଚାରକୁ ନେଇ ଶ୍ରୀଗୁଣ୍ଡିଚା ମନ୍ଦିର ଖୋଲାଯିବା ନିଷ୍ପତ୍ତିକୁ ପରବର୍ତ୍ତୀ ଆଦେଶ ଯାଏଁ ସ୍ଥଗିତ ରଖିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି l

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories