www.samajalive.in
Sunday, December 7, 2025
15.1 C
Bhubaneswar

କରୋନା କବଳରୁ ଆଦିବାସୀଙ୍କୁ ସୁରକ୍ଷା – କେନ୍ଦ୍ରମନ୍ତ୍ରୀଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ସମାଜ ପୋର୍ଟାଲ ଡେସ୍କ: ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ କୋଭିଡ୍‍-୧୯ ସଂକ୍ରମଣରୁ ଆଦିବାସୀ ସମ୍ପ୍ରଦାୟର ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି। ଚଳପ୍ରଚଳ ଉପରେ କଟକଣା ଲାଗୁ ଯୋଗୁଁ ଅର୍ଥନୀତି ଅଭିବୃଦ୍ଧିରେ ଯେଉଁ ଅସୁବିଧା ଦେଖାଦେଇଛି ସେଥିରେ ସୁଧାର ଆଣିବା ପାଇଁ ମଧ୍ୟ ମନ୍ତ୍ରଣାଳୟ ପଦକ୍ଷେପ ନେଉଛି। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ୧୫ଟି ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଚିଠି ଲେଖି ସର୍ବନିମ୍ନ ସହାୟକ ମୂଲ୍ୟରେ କ୍ଷୁଦ୍ର ଜଙ୍ଗଲଜାତ ପଦାର୍ଥ ସଂଗ୍ରହ କରିବାକୁ ସେଗୁଡ଼ିକର ନୋଡାଲ୍‍ ସଂସ୍ଥାଗୁଡ଼ିକୁ ନିର୍ଦ୍ଦେଶ ଦେବାକୁ କହିଛନ୍ତି।

ସେହି ରାଜ୍ୟଗୁଡ଼ିକ ମଧ୍ୟରେ ଉତ୍ତରପ୍ରଦେଶ, ଗୁଜରାଟ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର, ଆସାମ, ଆନ୍ଧ୍ର ପ୍ରଦେଶ, କେରଳ, ମଣିପୁର, ନାଗାଲାଣ୍ଡ, ପଶ୍ଚିମବଙ୍ଗ, ରାଜସ୍ଥାନ, ଛତିଶଗଡ଼, ଝାଡ଼ଖଣ୍ଡ ଏବଂ ଓଡ଼ିଶା ରହିଛି। ମନ୍ତ୍ରଣାଳୟ ଦ୍ୱାରା ଅଫିସରମାନଙ୍କର ଏକ ତିନି ଜଣିଆ ଟିମ୍‍ ଗଠନ କରାଯାଇ ଯୋଜନା ପ୍ରସ୍ତୁତ କରାଯାଇଛି ଓ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହାଛଡ଼ା ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ମଧ୍ୟ ଦେଶର ଜଙ୍ଗଲ ଅଞ୍ଚଳରୁ କ୍ଷୁଦ୍ର ଜଙ୍ଗଲଜାତ ପଦାର୍ଥ ଓ କାଠ ବ୍ୟତୀତ ଅନ୍ୟାନ୍ୟ ଜଙ୍ଗଲଜାତ ପଦାର୍ଥର ସଂଗ୍ରହ ଉପରୁ କଟକଣାକୁ କୋହଳ କରିଛି।

- Advertisement -

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଓ ଏକଲବ୍ୟ ଆଦର୍ଶ ଡେବୋର୍ଡିଂ ବିଦ୍ୟାଳୟଗୁଡ଼ିକୁ ମେ ମାସ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ମନ୍ତ୍ରଣାଳୟ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। ଗତ ମାର୍ଚ୍ଚ ୨୪ରୁ ଗୃହ ମଧ୍ୟରେ ଆବଦ୍ଧ ହୋଇ ରହିବା କଟକଣା ଲାଗୁ ହେବାଠାରୁ ରାଜ୍ୟଗୁଡ଼ିକ ସେମାନଙ୍କର ସ୍କୁଲଗୁଡ଼ିକର କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ କାଣ୍ଟଛାଣ୍ଟ କରିବାକୁ ନିର୍ଦ୍ଦେଶ ଦେଇ ସାରିଛନ୍ତି। ବୋର୍ଡ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀ ଓ ସ୍ୱତନ୍ତ୍ର କ୍ଲାସରେ ଅଂଶଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନଙ୍କୁ କ୍ୟାମ୍ପସ ଭିତରେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ସହ ରଖାଯାଇପାରେ। ଏଭଳି ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ପରୀକ୍ଷା ସରିବା ମାତ୍ରେ ସ୍ୱଗୃହକୁ ପଠାଇ ଦିଆଯିବା ଉଚିତ୍‍।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories