www.samajalive.in
Monday, December 15, 2025
27.1 C
Bhubaneswar

ପିପିଲିରେ ଅମିତ ଶାହଙ୍କ କୁଶପୁତ୍ତଳିକା ଦାହ

ପିପିଲି: ଦେଶର ସମ୍ବିଧାନ ପ୍ରଣେତା ଭାରତରତ୍ନ ଡକ୍ଟର ବି.ଆର୍‌‌ ଆମ୍ବେଦକରଙ୍କ ପ୍ରତି ରାଜ୍ୟସଭାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବୟାନକୁ ବିରୋଧ କରି ପିପିଲିରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ତାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ଜାତୀୟ ଦଳିତ, ଆଦିବାସୀ, ସଂଖ୍ୟାଲଘୁ ମହାସଂଘର ରାଜ୍ୟ ସଭାପତି ବିଜୟ କୁମାର ସେଠୀଙ୍କ ନେତୃତ୍ୱରେ ପିପିଲି ହାଟଛକଠାରେ ବିରୋଧ ପ୍ରଦର୍ଶନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମହାସଂଘର ରାଜ୍ୟ ସଂପାଦିକା ସୋନିଲତା ସେଠୀ, କଂଗ୍ରେସ ନେତ୍ରୀ ନିରୁପମା ପାତ୍ର, ସିପିଆଇ(ଏମ୍‌‌-ଏଲ୍‌‌) ଲିବରେସନ ପୁରୀ ଜିଲା ସଂପାଦକ ଅଶୋକ ପ୍ରଧାନ ପ୍ରମୁଖ ଯୋଗଦେଇ ଡକ୍ଟର ବି.ଆର୍‌‌ ଆମ୍ବେଦକରଙ୍କ ପ୍ରତି କେନ୍ଦ୍ରମନ୍ତ୍ରୀ ଶାହଙ୍କ ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛନ୍ତି। ଏଥିସହ ତାଙ୍କ ଇସ୍ତଫା ଓ କ୍ଷମା ପ୍ରାର୍ଥନା ଦାବି କରିଛନ୍ତି। ସେଠାରେ ଶାହଙ୍କ ବିରୋଧରେ ନାରାବାଜି କରାଯିବା ସହ ତାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories