www.samajalive.in
Saturday, December 6, 2025
16.1 C
Bhubaneswar

‘ଅଗ୍ନିପଥ’କୁ ଓଡ଼ିଶାରେ ବିରୋଧ: କଟକରେ ବିକ୍ଷୋଭ, ପୁଲିସର ଲାଠିମାଡ଼

କଟକ: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ନିଯୁକ୍ତି ଯୋଜନା ବିରୋଧରେ ଦେଶର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଥିବା ବେଳେ ଶୁକ୍ରବାର କଟକରେ ଏହାର ତାତି ଦେଖିବାକୁ ମିଳିଛି। କ୍ୟାଣ୍ଟନାମଣ୍ଟ ରୋଡ୍‌ ସ୍ଥିତ ଆର୍ମି ନିଯୁକ୍ତି କାର୍ଯ୍ୟାଳୟ ସମ୍ମୁଖରେ ‘ଅଗ୍ନିପଥ’ ଯୋଜନାକୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ ସହ ରାସ୍ତାରୋକ କରାଯାଇଛି। ଶତାଧିକ ଯୁବକ ରାସ୍ତା ଉପରେ ହାତରେ ଠେଙ୍ଗା ଧରି କେନ୍ଦ୍ର ସରକାରଙ୍କ ବିରୋଧରେ ନାରାବାଜି ସହ ଦୌଡ଼ୁଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଆଗକୁ ନିଷ୍ପତ୍ତି ପ୍ରତ୍ୟାହାର କରା ନଗଲେ ଆନ୍ଦୋଳନ ଭୟାବହ ହେବ ବୋଲି ଏମାନେ ଚେତାବନୀ ଦେଇଛନ୍ତି। ରିଙ୍ଗ୍‌ ରୋଡ଼ରେ ରାସ୍ତା ଅବରୋଧ ବେଳେ ସ୍ଥିତି ଅଣାୟତ୍ତ ହେବାରୁ ପୁଲିସ ଲାଠିମାଡ଼ କରିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ସେନାରେ ଭର୍ତ୍ତି ନେଇ ନୂଆ ‘ଅଗ୍ନିପଥ’ ଯୋଜନାକୁ ବିରୋଧ କରି ଦେଶର ବିହାର, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ରାଜସ୍ଥାନ ଏବଂ ଦିଲ୍ଲୀର ଅନେକ ସ୍ଥାନରେ ଆନ୍ଦୋଳନ ଜାରି ରହିଛି। ବିହାରରେ ବିକ୍ଷୋଭକାରୀମାନେ ଟ୍ରେନ୍ ପୋଡ଼ି ଦେଇଛନ୍ତି।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories