www.samajalive.in
Sunday, December 14, 2025
17.1 C
Bhubaneswar

ରାଜ୍ୟରେ ଅତ୍ୟାବଶ୍ୟକ ଜିନିଷର ଦରଦାମ୍‌ ବୃଦ୍ଧି ବିରୋଧରେ ବିଜେଡିର ୬ରେ ବିକ୍ଷୋଭ

ଭୁବନେଶ୍ବର, ୨୭ା୧୨ (ଭୁ.ପ୍ର): ରାଜ୍ୟରେ ଅତ୍ୟାବଶ୍ୟକ ଜିନିଷର ଦରଦାମ୍‌ ବୃଦ୍ଧି ବିରୋଧରେ ବିଜେଡି ପକ୍ଷରୁ ୬ରେ ହେବାକୁ ଥିବା ଗଣବିକ୍ଷୋଭକୁ ସଫଳ କରିବା ପାଇଁ ଶଙ୍ଖଭବନରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଦଳର ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା।

ଏହି ଗଣବିକ୍ଷୋଭରେ ଦଳର ସକ୍ରିୟ କର୍ମୀ ଏକଜୁଟ ହୋଇ ଏହାକୁ ସଫଳ କରିବାକୁ ଶ୍ରୀ ମିଶ୍ର ଆହ୍ୱାନ ଦେଇଥିଲେ। ବୈଠକରେ ଦଳର କାର୍ଯ୍ୟକ୍ରମ ରୂପାୟନ କମିଟିର ଆବାହକ ସଞ୍ଜୟ ଦାସବର୍ମା, ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ବରିଷ୍ଠ ମିଡ଼ିଆ ସଂଯୋଜକ ପ୍ରତାପ ଜେନା, ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ, ସୁଲତା ଦେଓ, ଶୁଭାଶିଷ ଖୁଣ୍ଟିଆ, ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା, ପ୍ରଫୁଲ୍ଲ ସାମଲ, ସୁଦାମ ମାର୍ଣ୍ଡି, ବିଧାୟକ ଅରୁଣ କୁମାର ସାହୁ, ସୁଶାନ୍ତ ରାଉତ, ଅନନ୍ତ ନାରାୟଣ ଜେନା, ସୁନୀଲ ମହାନ୍ତି, ତୁଷାରକାନ୍ତି ବେହେରା, ପ୍ରଦୀପ ସାହୁ, ଭୁବନେଶ୍ବର ମେୟର ସୁଲୋଚନା ଦାସ, ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଛାତ୍ର ବିଜେଡି ସଭାପତି ଦେବୀରଞ୍ଜନ ତ୍ରିପାଠୀଙ୍କ ସମେତ ଭୁବନେଶ୍ବର, କଟକ ଓ ସଂଲଗ୍ନ ସାଂଗଠନିକ ଜିଲାର ସଭାପତି ଓ ବରିଷ୍ଠ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଏହି ଅବସରରେ ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ସ୍ମୃତିରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories