www.samajalive.in
Thursday, December 11, 2025
16.1 C
Bhubaneswar

ଛାତ୍ରୀ ଆତ୍ମହତ୍ୟାକୁ ନେଇ ଉତ୍ତେଜନା: ଛାତ୍ରଛାତ୍ରୀଙ୍କ ରାସ୍ତା ଅବରୋଧ, ଜଣେ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରରେ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟାକୁ ନେଇ କିଟ୍ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଥିବା ସୂଚନା ମିଳିଛି। କିଟ୍ ବିଶ୍ୱବିଦ୍ୟାଳୟରେ ପଢୁଥିବା ଛାତ୍ରୀ ଜଣକ ହଷ୍ଟେଲ ପରିସରରେ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ମୃତକ ଛାତ୍ରୀ ପଟିଆସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟରେ ବି.ଟେକ ପଢୁଥିବାବେଳେ ତାଙ୍କ ଘର ନେପାଳରେ ବୋଲି ଜଣାପଡ଼ିଛି।

ଭୁବନେଶ୍ଵରରେ ରହୁଥିବା ଛାତ୍ରୀଙ୍କ ଭାଇଙ୍କୁ ଡକାଯାଇଛି। ଛାତ୍ରୀଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଛି ଏବଂ ସେମାନେ ଆସିବା ପରେ ବ୍ୟବଛେଦ କରାଯିବ। ମୃତଦେହ ବ୍ୟବଛେଦ ପରେ ଛାତ୍ରୀଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ। ଅପରପକ୍ଷରେ ଛାତ୍ରୀଙ୍କ ପୁରୁଷ ବନ୍ଧୁ ତଥା ଜଣେ ଯୁବକକୁ ଗିରଫ କରିଥିବା ପୁଲିସ ସୂଚନା ଦେଇଛି।

- Advertisement -

ରବିବାର ବିଳମ୍ବିତ ରାତିରେ ଛାତ୍ରୀ ଜଣକ ଆତ୍ମହତ୍ୟା କରିଥିଲେ। ଛାତ୍ରୀଙ୍କ ଆତ୍ମହତ୍ୟା ଖବର ବିଜୁଳି ବେଗରେ ବ୍ୟାପୀ ଯିବା ପରେ କିଟ୍  ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ରବିବାର ବିଳମ୍ବିତ ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ରାସ୍ତା ଅବରୋଧ କରିବା ସହିତ ଧାରଣା ଦେଇଥିଲେ। ଖବର ପାଇ କମିଶନରେଟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ ପାଇଁ ବୁଝାସୁଝା କରିଥିଲା। ଏହାପରେ ଛାତ୍ରଛାତ୍ରୀମାନେ ଆନ୍ଦୋଳନରୁ ଓହରିଥିଲେ ଏବଂ ପରିସ୍ଥିତି ସ୍ବାଭାବିକ ହୋଇଥିଲା।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories