www.samajalive.in
Monday, December 8, 2025
27.1 C
Bhubaneswar

ଓଏସଏସସି ସଦସ୍ୟଙ୍କ କୋଟିପତି ବ୍ୟକ୍ତିଗତ ସଚିବ ବିରଞ୍ଚି ସାହୁ ଗିରଫ

ଭୁବନେଶ୍ୱର : ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ ବ୍ୟକ୍ତିଗତ ସଚିବ(ପିଏସ୍) ବିରଞ୍ଚି ନାରାୟଣ ସାହୁ ଗିରଫ ହୋଇଛନ୍ତି। ଆୟ ବହର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ତାଙ୍କୁ ଭିଜିଲାନ୍ସ ଗିରଫ କରିଛି। ଗତକାଲି ଭିଜିଲାନ୍ସ ପକ୍ଷରୁ ଭୁବନେଶ୍ୱର ଓ କଟକ ସ୍ଥିତ ବାସଭବନ ସମେତ ଏକକାଳୀନ ୬ଟି ସ୍ଥାନରେ ଚଢାଉ କରାଯାଇଥିଲା। ଚଢାଉ ବେଳେ ସମ୍ପତ୍ତି ଦେଖି ଚକିତ ହୋଇଯାଇଥିଲେ ଅଧିକାରୀ। ବର୍ତ୍ତମାନ ସୁଦ୍ଧା ତାଙ୍କଠାରୁ ୩ କୋଟି ୭୯ ଲକ୍ଷ ଟଙ୍କାର ସମ୍ପତ୍ତି ଜବତ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଶୁକ୍ରବାର ବିରଞ୍ଚିଙ୍କର ଭୁବନେଶ୍ୱର ଓ କଟକ ସ୍ଥିତ ବାସଭବନ ସମେତ ମୋଟ ୬ଟି ସ୍ଥାନରେ ଚଢାଉ କରାଯାଇଥିଲା। ଚଢାଉ ବେଳେ ଦେଢ଼ କିଲୋ ଓଜନର ସୁନା ଅଳଙ୍କାର, ନଗଦ ୨୫ ଲକ୍ଷ ଟଙ୍କା ଓ ୫୬ ଲକ୍ଷ ଟଙ୍କାର ବୀମା ସାଙ୍ଗକୁ ଅନ୍ୟାନ୍ୟ ଦାମୀ ସାମଗ୍ରୀ ଜବତ କରାଯାଇଥିଲା। ସେହିଭଳି ତାଙ୍କ ଘରୁ ନିଯୁକ୍ତି ସମ୍ପର୍କିତ ବହୁ ଆବେଦନ ପତ୍ର ଓ ଆଡ୍ମିଟ୍ କାର୍ଡ ମଧ୍ୟ ଜବତ କରାଯାଇଥିଲା। ଏଥିସହିତ ୧୪ଟି ପ୍ଲଟ୍ ଓ ୨ଟି ଦୁଇ ମହଲା କୋଠା ସମେତ ମୋଟ ୪ଟି ଘର ଠାବ କରିଥିଲେ ଭିଜିଲାନ୍ସ ଅଧିକାରୀ। ନଗଦ ୨୫ ଲକ୍ଷ ଟଙ୍କା ମଧ୍ୟରୁ ବିରଞ୍ଚିଙ୍କ ଘରୁ ୧୨ ଲକ୍ଷ ଓ ତାଙ୍କ ଶଳାଙ୍କ ଘରୁ ୧୩ ଲକ୍ଷ ଜବତ କରାଯାଇଥିଲା। ବିରଞ୍ଚି ଦୁଇ ଥର ବିଦେଶ ଗସ୍ତରେ ଯାଇଥିବାର ଡକ୍ୟୁମେଣ୍ଟ ମଧ୍ୟ ଜବତ କରାଯାଇଥିଲା।

- Advertisement -

 

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories