www.samajalive.in
Monday, December 15, 2025
15.1 C
Bhubaneswar

କୋଟଗାଁ ପଞ୍ଚାୟତରେ ଜନ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର 

କଲମପୁର: କୋଟଗାଁ ପଂଚାୟତର ଅସ୍ଥାୟୀ କାର୍ଯ୍ୟାଳୟ ପରିସରରେ ଜନ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହେଇଯାଇଛି। ସକାଳ ୧୦ଟାରୁ ଆରମ୍ଭ ହେଇଥିବା ଏହି ଶିବିରର ପ୍ରଥମ ପର୍ଯ୍ୟାୟରେ ଜିଲାପରିଷଦର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ କଲମପୁର ଗସ୍ତ କାର୍ଯ୍ୟକ୍ରମ ଥିଲା। ଏଥିପାଇଁ ବିଡିଓଙ୍କ ଅନୁପସ୍ଥିତିରେ ଗ୍ରାମପଞ୍ଚାୟତ ସଂପ୍ରସାରଣ ଅଧିକାରୀ କରୁଣାକର ବାଗଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି ଆରମ୍ଭ ହେଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ବିଡିଓ ବିଜୟ କୁମାର ମାଣ୍ଡାଙ୍ଗି ଯୋଗଦେଇ ହିତାଧିକାରୀଙ୍କ ସମସ୍ୟା ଶୁଣିଥିଲେ ଓ ସମାଧାନ ପାଇଁ ପ୍ରତିଶୃତି ଦେଇଥିଲେ। ଏହି ଶିବିରରେ ସରପଞ୍ଚ ଚନ୍ଦନ ପଣ୍ଡା, ସମିତି ସଭ୍ୟ ରୁଦ୍ର ମାଝୀ, ସମିତି ଉପାଧ୍ୟକ୍ଷ ଚିନ୍ତାମଣି ବେହେରା, ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଇଂ ରାମଚନ୍ଦ୍ର ନାଏକ, ପ୍ରଗତି ସହାୟକ ଲକ୍ଷ୍ମଣ ହରିଜନଙ୍କ ସମେତ ଅଳ୍ପ ସଂଖ୍ୟକ ଅଧିକାରୀ ଯୋଗ ଦେଇଥିଲେ। ଆବାସ ଯୋଜନା ସମ୍ବନ୍ଧିତ ୫୯ ଗୋଟି ଅଭିଯୋଗ ଦାଖଲ ହେଇଥିବା ବେଳେ ଖାଦ୍ୟ ସୁରକ୍ଷା ଯୋଜନା ସମ୍ବନ୍ଧିତ ୨ ଗୋଟି ଅଭିଯୋଗ ଦାଖଲ ହୋଇଛି। ସେହିଭଳି ସାମାଜିକ ସୁରକ୍ଷାର ଭତ୍ତାରେ ସାମିଲ ହେବା ପାଇଁ ଗୋଟିଏ ଏବଂ ମନରେଗା ଯୋଜନା ସମ୍ବନ୍ଧିତ ୭ ଗୋଟି ଅଭିଯୋଗ ଦାଖଲ ହୋଇଥିବା ବେଳେ ସାମୂହିକ ସମସ୍ୟାର ସମାଧାନ ପାଇଁ ମାତ୍ର ଗୋଟିଏ ଅଭିଯୋଗ ଦାଖଲ ହୋଇଥିଲା। ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ କପିଳାଶ ନାଏକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ପଞ୍ଚାୟତର ଅନ୍ୟ କର୍ମଚାରୀ ସକ୍ରିୟ ସହଯୋଗ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories