www.samajalive.in
Monday, December 8, 2025
27.1 C
Bhubaneswar

ଦେଉଳିଧରପୁର ଗ୍ରାମ ପଞ୍ଚାୟତ ପରିସରରେ ଖୋର୍ଦ୍ଧା ଜିଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିର

ଭୁବନେଶ୍ୱର : ଜନ ସାଧାରଣଙ୍କୁ ହାତ ପାଆନ୍ତାରେ ସେମାନଙ୍କର ବିଭିନ୍ନ ଆପତ୍ତି ଅଭିଯୋଗ ଓ ସମସ୍ୟା ଗୁଡ଼ିକୁ ସମାଧାନ କରି ସେମାନଙ୍କୁ ଉପଯୁକ୍ତ ନ୍ୟାୟ ଓ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସ୍ତରରୁ, ଜିଲା, ବ୍ଲକ ଏବଂ ପଞ୍ଚାୟତ ସ୍ତର ପର୍ଯ୍ୟନ୍ତ ଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜନ କରାଯାଇ ଜନ ସାଧାରଣଙ୍କ ଆପତ୍ତି ଅଭିଯୋଗ ଗୁଡ଼ିକୁ ସମାଧାନ କରାଯାଉଅଛି। ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜନ ସାଧାରଣଙ୍କୁ ତ୍ୱରିତ ସେବା ପ୍ରଦାନ କରିବାରେ ଏକ ଉତ୍କୃଷ୍ଟ ମାଧ୍ୟମ ଅଟେ।

ଏହି କାର୍ଯ୍ୟକ୍ରମକୁ ତ୍ବରାନ୍ୱିତ କରି ସମସ୍ତ ଅଧିକାରୀ ନିଷ୍ଠା ଓ ଆନ୍ତରିକତା ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ ସମାଜର ତୃଣମୂଳ ସ୍ତରରୁ ଆସୁଥିବା ଅଭିଯୋଗ ଗୁଡ଼ିକୁ ସମାଧାନ କରିବାକୁ ଆଜି ପୂର୍ବାହ୍ନରେ ବାଲିପାଟଣା ବ୍ଲକ ଅନ୍ତର୍ଗତ ଦେଉଳିଧରପୁର ଗ୍ରାମ ପଞ୍ଚାୟତ ପରିସରରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅଧ୍ୟକ୍ଷତା କରି ଜିଲାପାଳ ଏବଂ ଜିଲା ମାଜିଷ୍ଟ୍ରେଟ ଚଞ୍ଚଳ ରାଣା ଉପରୋକ୍ତ ବିଷୟ ପ୍ରକାଶ କରିଛନ୍ତି।

- Advertisement -

ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରୁ ପଠାଯାଉଥିବା ଅଭିଯୋଗ ଦରଖାସ୍ତ ଗୁଡ଼ିକ ଉପରେ ଅଗ୍ରାଧିକାର ଭିତ୍ତିରେ ପଦକ୍ଷେପ ଗ୍ରହଣ କରି ତୁରନ୍ତ ସମାଧାନ ସହ ଜିଲା ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୪୮୫ଗୋଟି ଦରଖାସ୍ତ ଆସିଥିବା ବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୪୩୫ ଓ ଗ୍ରାମ ସମସ୍ୟା ଜନିତ ୪୬ ଗୋଟି ଅଭିଯୋଗ ଥିଲା। ଜିଲାପାଳ ଶ୍ରୀ ରାଣା ଅଭିଯୋଗ ପ୍ରକୋଷ୍ଠରେ ୨ ଗୋଟି ଅଭିଯୋଗର ତ୍ୱରିତ ଶୁଣାଣି କରି ସମାଧାନ କରିଥିଲେ।

ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜଣଙ୍କୁ ଜିଲାପାଳ ଦଶ ହଜାର ଟଙ୍କା ଏବଂ ଜିଲା ରେଡ କ୍ରସ ପାଣ୍ଠିରୁ ଜଣଙ୍କୁ ଦଶ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିଥିଲେ।  ଖୋର୍ଦ୍ଧା ଜିଲାପାଳଙ୍କ ଆଜିର ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲାପାଳ, ଭୁବନେଶ୍ୱର, ରୁଦ୍ର ନାରାୟଣ ମହାନ୍ତି, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲାପରିଷଦ,ଖୋର୍ଦ୍ଧା ଜ୍ୟୋତିଶଙ୍କର ସାହୂ , ଡେପୁଟୀ କଲେକ୍ଟର, ଜରୁରୀ, ଶ୍ରୀତପା ମିଶ୍ର, ସହକାରୀ ଜିଲ୍ଲାପାଳ, ଅଭିଯୋଗ, ଭୁବନେଶ୍ଵରୀ କଅଁର,ବିଡିଓ, ସ୍ମୃତିପ୍ରଜ୍ଞା ପ୍ରିୟଦର୍ଶିନୀ, ତହସିଲଦାର କଳ୍ପନା ଦାସ, ଆଇଆଇସି, ବାଲିପାଟଣାଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲା ସ୍ତରୀୟ ଅଧିକାରୀ ଏବଂ ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଅଧିକାରୀ ଏବଂ ଯନ୍ତ୍ରୀ ମାନେ ଯୋଗଦେଇ ଥିଲେ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories