www.samajalive.in
Monday, December 8, 2025
20.1 C
Bhubaneswar

ଏହି ସରଳ ଉପାୟ ପୂଜାର୍ଚ୍ଚନାରେ ମିଳିଥାଏ ଅତ୍ୟନ୍ତ ଶୁଭଫଳ

୧- ସମସ୍ତ ସଙ୍କଟରୁ ମୁକ୍ତି ପାଇବା ପାଇଁ ହନୁମାନଙ୍କ ପୂଜା ଓ ମନ୍ତ୍ର ଖୁବ ସହାୟକ ହୋଇଥାଏ। ଆପଣ ଜୀବନରେ ଯଦି ସମସ୍ୟା , କାର୍ୟ୍ୟରେ ବାଧା ଲାଗି ରହୁଛି ତେବେ ଏଥିରୁ ମୁକ୍ତି ପାଇବା ପାଇଁ ନିୟମିତ ‘ଓଁ ହନୁମନ୍ତେ ନମଃ’ ମନ୍ତ୍ର ଜପ କରନ୍ତୁ।
୨ – ଧାର୍ମିକ ମାନ୍ୟତା ଅନୁଯାୟୀ, ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରଭୁ ଶିବଶଙ୍କର ମନ୍ତ୍ର ଜପ କରିବା ବେଶ ଲାଭଦାୟକ। ନିୟମିତ ‘ଓଁ ନମଃ ଶିବାୟ’ ମନ୍ତ୍ର ଜପ କରିବା ଦ୍ୱାରା ଉତ୍ତମ ସ୍ୱାସ୍ଥ୍ୟ, ମାନସିକ ଶାନ୍ତି ପ୍ରାପ୍ତି ହୋଇଥାଏ। ଯେଉଁମାନଙ୍କୁ ଅଧିକ କ୍ରୋଧ ଆସିଥାଏ, ସେମାନେ ମଧ୍ୟ ଏହି ମନ୍ତ୍ର ଜପ କରିବା ଉଚିତ। ଏହି ମନ୍ତ୍ର ଜପ କରିବା ଦ୍ୱାରା ଆପଣଙ୍କୁ ବହୁ ଶୁଭଫଳ ମଧ୍ୟ ପ୍ରାପ୍ତି ହେବା ସହ ଅନେକ ସମସ୍ୟାର ସମାଧାନ ହୋଇଥାଏ।
୩ – ବହୁ ସମସ୍ୟରେ ଏପରି ହୋଇଥାଏ ବ୍ୟକ୍ତିଙ୍କୁ ବିଶ୍ୱାସଘାତକତା ଓ କାର୍ୟ୍ୟରେ ବାରମ୍ବାର ଅସଫଳତା ମିଳିଥାଏ। ଏହି ସମସ୍ତ ସମସ୍ୟାରୁ ମୁକ୍ତି ପାଇବାକୁ ହେଲେ ନିୟମିତ ଗାୟତ୍ରୀ ମନ୍ତ୍ରର ଜପ କରନ୍ତୁ। ବିଭିନ୍ନ ଶାସ୍ତ୍ରରେ ମଧ୍ୟ ଏହି ମନ୍ତ୍ରର ଲାଭଦାୟକ ଗୁଣ ବିଷୟରେ ବର୍ଣ୍ଣନା କରାଯାଇଛି।
୪ – ବିଭିନ୍ନ ପ୍ରକାର ଗ୍ରହ ଦୋଷରୁ ମୁକ୍ତି ପାଇବାକୁ ଧନସମ୍ପତ୍ତି, ବୈଭବ ଆଦି ପୂରଣ ପାଇଁ ନିୟମିତ ମହାମୃତ୍ୟୁଞ୍ଜୟ ମନ୍ତ୍ରର ଜପ କରନ୍ତୁ।
– ଆୟୁ ବୃଦ୍ଧି ପାଇଁ ଗାଈ ଘିଅରେ ରୁଦ୍ରାଭିଷେକ କରନ୍ତୁ।
– ବାହନ ସୁଖ ପାଇଁ ମଲ୍ଲୀ ଫୁଲ ପ୍ରଭୁଙ୍କୁ ଅର୍ପଣ କରନ୍ତୁ।
– ଶିବ ମନ୍ଦିରରେ ଗାଈ ଘିଅରେ ଦୀପ ଲଗାନ୍ତୁ।
– ବେଲ ପତ୍ରରେ ଓଁ ନମଃ ଶିବାୟ ମନ୍ତ୍ର ଲେଖି ପ୍ରଭୁଙ୍କୁ ଅର୍ପଣ କରନ୍ତୁ।
– କେସର ମିଶ୍ରିତ ଜଳ ଅର୍ପଣ କଲେ ବୈବାହିକ ଜୀବନରେ ଥିବା ସମସ୍ୟା ଦୂର ହେବା ସହ ଜୀବନ ସୁଖମୟ ହୋଇଥାଏ।
– ଶନିଙ୍କ ଦୋଷରୁ ମୁକ୍ତି ପାଇବା ପାଇଁ ରାଶି ଅର୍ପଣ କରନ୍ତୁ।
– ଶିବଲିଙ୍ଗରେ ଦୁଦୁରା ଫୁଲ ଅର୍ପଣ କରିବା ଦ୍ୱାରା ଘର ଓ ସନ୍ତାନ ସହ ଜଡ଼ିତ ବହୁ ସମସ୍ୟା ଦୂର ହୋଇଥାଏ।
– ଧନ ପ୍ରାପ୍ତି ପାଇଁ ଖିରୀରେ ପ୍ରଭୁଙ୍କୁ ଅଭିଷେକ କରନ୍ତୁ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories