www.samajalive.in
Sunday, December 7, 2025
14.1 C
Bhubaneswar

ଉଚ୍ଚ ନ୍ୟାୟାଳୟରେ ଦୁର୍ଗାପୂଜା ଅବକାଶ

କଟକ: ଓଡିଶା ଉଚ୍ଚନ୍ୟାୟାଳୟରେ ଦୁର୍ଗାପୂଜା ଅବକାଶ ଆରମ୍ଭ ହୋଇଛି। ଅବକାଶ ସମୟରେ ଅକ୍ଟୋବର ୧୧ରେ ଡକ୍ଟର ଜଷ୍ଟିସ ବିଦ୍ୟୁତ୍‌ରଞ୍ଜନ ଷଡଙ୍ଗୀ ଓ ଜଷ୍ଟିସ ସାବିତ୍ରୀ ରଥ ଅବକାଶକାଳୀନ ଖଣ୍ଡପୀଠରେ ବସି ମାମଲା ଶୁଣାଣି କରିବେ। ସେହିଭଳି ଅକ୍ଟୋବର ୧୮ରେ ଜଷ୍ଟିସ ବିଶ୍ବଜିତ ମହାନ୍ତି ଓ ଜଷ୍ଟିସ କେ.ଆର.ମହାପାତ୍ର ଏବଂ ଅକ୍ଟୋବର ୨୧ରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ୍ ବି.ପି.ରାଉତରାୟ ଅବକାଶକାଳୀନ ଖଣ୍ଡପୀଠରେ ବସି ମାମଲା ଶୁଣାଣି କରିବେ ବୋଲି ହାଇକୋର୍ଟ ରେଜିଷ୍ଟ୍ରି ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ଅବକାଶକାଳୀନ ଖଣ୍ଡପୀଠରେ ହାଇବ୍ରିଡ୍ ମୋଡ୍‌ରେ ମାମଲା ଶୁଣାଣି କରାଯିବ। ଦୁର୍ଗାପୂଜା ଅବକାଶ ସମୟରେ ଅକ୍ଟୋବର ୧୧, ୧୬, ୧୮, ୨୧ ଓ ୨୨ ତାରିଖରେ ହାଇକୋର୍ଟ କାର୍ଯ୍ୟାଳୟ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଖୋଲା ରହିବ। ଅକ୍ଟୋବର ୨୫ରେ କୋର୍ଟ ଖୋଲିବ।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories