www.samajalive.in
Friday, December 5, 2025
26.1 C
Bhubaneswar

ରାଜନୈତିକ ଦଳ ପକ୍ଷରୁ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଜାମ୍ମୁ କାଶ୍ମୀରର ଫୁଲୱାମାରେ ଆତଙ୍କବାଦୀ ଆକ୍ରମଣକୁ ରାଜ୍ୟ ବିଜେପି ନିନ୍ଦା କରିଛି। ଆତଙ୍କବାଦୀ ଆକ୍ରମଣରେ ସହିଦ୍‍ ହୋଇଥିବା ଯବାନମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇ ସମସ୍ତ ରାଜନୈତିକ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ସମ୍ବଲପୁରଠାରେ ହେବାକୁ ଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହାଙ୍କ କାର୍ଯ୍ୟକ୍ରମ ସମେତ ବିଭିନ୍ନ ସ୍ଥାନରେ ଜନଆନ୍ଦୋଳନ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ବୀର ସହିଦଙ୍କ ସ୍ମୃତିରେ ରାଜ୍ୟର ସମସ୍ତ ସ୍ଥାନରେ ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବ ବୋଲି ରାଜ୍ୟ ମୁଖପାତ୍ର ଗୋଲଖ ମହାପାତ୍ର କହିଛନ୍ତି। ସି.ଆର୍‍.ପି.ଏଫ୍‍.ର ଶହୀଦ୍‍ ଯବାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ରାଉରକେଲାର ବଜରଙ୍ଗ ଦଳ ପକ୍ଷରୁ ଏଭଳି ଘଟଣାର ଦୃଢ଼ ନିନ୍ଦା କରାଯିବା ସହିତ ଏହା ବିରୁଦ୍ଧରେ କଠୋର କାର୍ୟ୍ୟାନୁଷ୍ଠାନ ପାଇଁ ଦଳର କର୍ମୀମାନଙ୍କ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସେହିଭଳି ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ଶହୀଦ୍‍ ଯବାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇ କ୍ୟାଣ୍ଡେଲ୍‍ ଶୋଭାଯାତ୍ରା କରାଯାଇଛି। ଅନ୍ୟ ପକ୍ଷରେ ସଚିବାଳୟ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ସହିଦ୍‌ଙ୍କ ସ୍ମୃତିରେ ଏକ ମିନିଟ୍ ନୀରବ ପ୍ରାର୍ଥନା ମଧ୍ୟ କରିଛନ୍ତି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories