www.samajalive.in
Monday, December 8, 2025
14.1 C
Bhubaneswar

ସୁରକ୍ଷାକର୍ମୀ – ଆତଙ୍କବାଦୀ ଗୁଳିବିନିମୟ ; ଜଣେ ଆତଙ୍କୀ ନିହତ

ଶ୍ରୀନଗର : ପୁଲୱାମାର ନୈନା ବଟପୋରାରେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଆଜି ଗୁଳିବିନିମୟ ହୋଇଛି। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ବର୍ତ୍ତମାନ ମଧ୍ୟ ଗୁଳିବିନିମୟ ଜାରି ରହିଥିବା ବେଳେ ଉକ୍ତ ସ୍ଥାନରେ ଅନ୍ୟ ଆତଙ୍କବାଦୀ ଲୁଚି ରହିଛନ୍ତି ବୋଲି ଜଣାପଡିଛି। ସେମାନଙ୍କୁ ଆତ୍ମସମର୍ପଣ ପାଇଁ କୁହାଯାଇଥିବା ବେଳେ ସେହି ଅଞ୍ଚଳରେ ଯାତାୟତ ବନ୍ଦ ରହିଛି। ସ୍ଥାନୀୟ ବାସିନ୍ଦାକୁ ସୁରକ୍ଷିତ ସ୍ଥାନକୁ ପଠାଯାଇଛି।
ସୂଚନା ଯୋଗ୍ୟ, ପୁଲିସକୁ ନୈନା ବଟପୋରାରେ କିଛି ସନ୍ଦିଗ୍ଧ ଏକତ୍ରିତ ଥିବାର ଖବର ମିଳିଥିଲା। ଏହାପରେ ସେନା ଓ ସିଆରପିଏଫର ଟିମ ଘଟଣାସ୍ଥଳରେ ପହଞ୍ଚି ତଲାସି ଅଭିଯାନ ଆରମ୍ଭ କରିଥିଲେ। ନିଜକୁ ଘେରାଉ ଅବସ୍ଥାରେ ରଖି ଆତଙ୍କବାଦୀ ମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିଚାଳନା କରିଥିଲେ। ପରେ ପାଲଟା ଗୁଳି ଚାଳନାରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲା। ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଥିବା ବେଳେ ଆତଙ୍କବାଦୀମାନେ ମସଜିଦ୍‍ ରେ ଲୁଚି ରହିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories