www.samajalive.in
Saturday, December 6, 2025
26.1 C
Bhubaneswar

ଘରୋଇ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ଥିଲେ ୪ ଯାତ୍ରୀ

ପୁଣେ: ମୁମ୍ବାଇରୁ ହାଇଦରାବାଦ ଯାଉଥିବା ଏକ ଘରୋଇ ହେଲିକପ୍ଟର ପୁଣେରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ମୁତାବକ, ଏହି ହେଲିକପ୍ଟରରେ ସମୁଦାୟ ୪ ଜଣ ଯାତ୍ରୀ ଥିଲେ। ଘରୋଇ ହେଲିକପ୍ଟର ଦୁର୍ଘଟଣା ସମ୍ପର୍କରେ ପୁଣେ ଏସ୍‌ପି ପଙ୍କଜ ଦେଶମୁଖ କହିଛନ୍ତି ଯେ, ପୁଣେ ଜିଲାର ପାଉଡ ଗ୍ରାମରେ ଏହି ଦୁର୍ଘଟଣା ଘଟିଛି। ଏହି ହେଲିକପ୍ଟରଟି ଏକ ଘରୋଇ ବିମାନ ଚଳାଚଳ କମ୍ପାନୀ ମାଲିକାନା ଅଧୀନରେ ରହିଛି।

ପୁଣେ ଗ୍ରାମୀଣ ପୁଲିସ ଅଧିକାରୀଙ୍କ କହିବାନୁସାରେ, ଏହି ଦୁର୍ଘଟଣାରେ ମୃତାହତଙ୍କ ପ୍ରକୃତ ସଂଖ୍ୟା ସମ୍ପର୍କରେ ସୂଚନା ସଂଗ୍ରହ କରାଯାଉଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପୁଣେର ଏପରି ଏକ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି, ଯେଉଁଠାରେ ଅତ୍ୟଧିକ ବର୍ଷା ହେଉଛି। ଦୁର୍ଘଟଣାର କାରଣ ଜଣାପଡ଼ି ନାହିଁ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories