www.samajalive.in
Saturday, December 6, 2025
19.1 C
Bhubaneswar

କୃଷକ ଆନ୍ଦୋଳନକୁ ନେଇ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦିଲ୍ଲୀର ବୁରାଡ଼ିଠାରେ ଚାଲିଥିବା ଚାଷୀ ଆନ୍ଦୋଳନ ଦିନକୁ ଦିନ ଜୋରଦାର ହେବାରେ ଲାଗିଛି। ମଙ୍ଗଳବାର ୩୫ ଜଣ କୃଷକ ନେତା ଏବଂ ୩ ଜଣ କେନ୍ଦ୍ରମନ୍ତ୍ରୀଙ୍କ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଥିବା ବେଳେ ଗୁରୁବାର ସରକାର ଓ ଚାଷୀଙ୍କ ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ । ଏହି ଆଲୋଚନା ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହଙ୍କ ମଧ୍ୟରେ ଆଲୋଚନା ହେବ ବୋଲି ସୂଚନା ମିଳିଛି।

ଆଜି କୃଷକ ଆନ୍ଦୋଳନକୁ ସମର୍ଥନ ଜଣାଇ ‘ଅଖିଳ ଭାରତ ମୋଟର ପରିବହନ ସଂଘ’ (ଏଆଇଏମ୍‌ଟିସି) ଡିସେମ୍ବର ୮ରୁ ସମଗ୍ର ଦେଶରେ ଅତ୍ୟାବଶ୍ୟକ ଦ୍ରବ୍ୟ ପରିବହନ ବନ୍ଦ କରିଦେବାକୁ ଚେତାବନୀ ଦେଇଛି। ଏଆଇଏମ୍‌ଟିସି ଅଧୀନରେ ଥିବା ୧ କୋଟି ଟ୍ରକ୍‌ ଏହି ବନ୍ଦରେ ସାମିଲ୍‌ ହେବେ ବୋଲି ସଂଘ ପକ୍ଷରୁ ଘୋଷଣା କରାଯାଇଛି।

- Advertisement -

ଆନ୍ଦୋଳନରେ ସାମିଲ୍‌ ହୋଇଥିବା ୩୨ ଚାଷୀ ସଂଗଠନ ସେମାନଙ୍କ ଜିଦ୍‌ରେ ଅଟଳ ରହିଛନ୍ତି। ସରକାର ନୂଆ କୃଷି ଆଇନ ପ୍ରତ୍ୟାହାର ନ କରିବା ପର୍ୟ୍ୟନ୍ତ ଆନ୍ଦୋଳନ ଚାଲୁ ରହିବ ବୋଲି ଚାଷୀମାନେ କହିଛନ୍ତି। ସରକାର ଦାବି ନ ଶୁଣିଲେ ଦିଲ୍ଲୀର ପ୍ରମୁଖ ଗୁରୁତ୍ବପୂର୍ଣ୍ଣ ରାସ୍ତାଗୁଡ଼ିକୁ ବନ୍ଦ କରିଦେବାକୁ ଚାଷୀ ନେତା ଗୁର୍‌ନାମ ସିଂହ ଚାଦୋନି ଚେତାବନୀ ଦେଇଛନ୍ତି।

ଅନ୍ୟପକ୍ଷରେ କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମର କୃଷକମାନଙ୍କୁ ନିବେଦନ କରିଛନ୍ତି ଯେ ନୂତନ କୃଷି ସଂସ୍କାର କୃଷକଙ୍କ ହିତ ପାଇଁ ଉଦ୍ଧିଷ୍ଟ। ଦୀର୍ଘ ସମୟର ପ୍ରତୀକ୍ଷା ପରେ ଏହାକୁ ଅଣାଯାଇଛି ବୋଲି ସେ କହିଛନ୍ତି। ଆଜି ନୂଆଦିଲ୍ଲୀରେ ସାମ୍ବାଦିକମାନଙ୍କ ସହ ଆଲୋଚନା ସମୟରେ  ଶ୍ରୀ ତୋମାର କହିଛନ୍ତି ଯେ ଯଦି କୃଷକମାନଙ୍କର ଏହି କାର୍ଯ୍ୟ ଉପରେ କୌଣସି ଆପତ୍ତି ଥାଏ ତେବେ ସରକାର ସେମାନଙ୍କ ସହ ଆଲୋଚନା କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ଶ୍ରୀ ତୋମାର କହିଛନ୍ତି ଯେ ଏହି ଆନ୍ଦୋଳନ ନାଗରିକଙ୍କ ଉପରେ ପ୍ରଭାବ ପକାଉଥିବାରୁ ସେମାନେ ବିରୋଧ ପ୍ରଦର୍ଶନ କରିବା ଉଚିତ୍ ନୁହେଁ।

 

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories