www.samajalive.in
Saturday, December 6, 2025
16.1 C
Bhubaneswar

ଶ୍ରଦ୍ଧାଳୁଙ୍କୁ ଧକ୍କା ଦେଲା ଟ୍ରକ ; ୭ ମୃତ

ଚଣ୍ଡିଗଡ : ପଞ୍ଜାବରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଚାଲି କରି ଯାଉଥିବା କିଛି ଶ୍ରଦ୍ଧାଳୁଙ୍କୁ ଟ୍ରକ ଧକ୍କା ଦେବାରୁ ୭ ଜଣଙ୍କ ଜୀବନ ଚାଲି ଯାଇଛି। ଏହି ଦୁର୍ଘଟଣା ଖୁରାଲଗଡ ରାସ୍ତାରେ ଘଟିଛି।
ମିଳିଥିବା ସୂଚନାନୁଯାୟୀ, ଶ୍ରଦ୍ଧାଳୁମାନେ ପାଦରେ ଚାଲି ଯାଉଥିବା ସମୟରେ ପଛପଟୁ ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ୪ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories